ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ ୨୫ ଜଣ ତୃତୀୟ ଶ୍ରେଣୀରେ ପାସ୍‌ ହୋଇଛନ୍ତି। ୧୨ଜଣ ଅକୃତକାର୍ଯ୍ୟ ହୋଇଥିବାବେଳେ ଜଣେ ପରୀକ୍ଷାରେ ଅନୁପସ୍ଥିତ ଥିଲେ। ସର୍ବାଧିକ ମାର୍କ ରଖିଥିବା ପ୍ରିୟନା ପୃଷ୍ଟି କଲେଜ ଟପ୍ପର ହୋଇଥିବା ଭାରପ୍ରାପ୍ତ ଅଧ୍ୟକ୍ଷ ତପନ ସେଠୀ ସୂଚନା ଦେଇଛନ୍ତି।
ସେହିପରି ମହିଳା କଲେଜରେ ପାସ୍‌ ହାର ରହିଛି ୮୩.୪୮%। ମୋଟ ୧୦୯ଜଣ ପରୀକ୍ଷା ଦେଇଥିବାବେଳେ ୯୧ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୨୬, ଦ୍ୱିତୀୟ ଶ୍ରେଣୀରେ ୪୧, ତୃତୀୟ ଶ୍ରେଣୀରେ ୨୪ ଜଣ ପାସ୍‌ କରିଛନ୍ତି। ୪୪୮ ମାର୍କ ରଖିଥିବା ଗୀତାଶ୍ରୀ ଶୁଭଜିତ୍ରା କଲେଜ ଟପ୍ପର ହୋଇଥିବା କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଭାପୁରସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ କଲେଜର ଯୁକ୍ତ ୨ ପରୀକ୍ଷା ଦେଇଥିବା ୬୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫୬ଜଣ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୨୧, ଦ୍ୱିତୀୟ ଶ୍ରେଣୀରେ ୨୨ ଏବଂ ତୃତୀୟ ଶ୍ରେଣୀରେ ୧୩ଜଣ ଅଛନ୍ତି। ବିଶ୍ୱେଶ୍ୱର ସାମଲ ୪୯୪, ଯଶକେତନ ନାଏକ ୪୮୨, ଆଲୋକ ପ୍ରଧାନ ୪୫୯ ମାର୍କ ରଖି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ହାସଲ କରିଥିବା କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri