ଯୁକ୍ତ ୨ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ମଧ୍ୟ ବନ୍ଦ ରଖାଯାଇଛି। କରୋନା ସଂକ୍ରମଣ ବଢ଼ିବା ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖିଛନ୍ତି। କେବେଠାରୁ ଖାତା ମୂଲ୍ୟାୟନ ହେବ ସେନେଇ ସରକାର ପରବର୍ତ୍ତୀ ସମୟରେ ଜଣାଇବେ ବୋଲି କହିଛନ୍ତି। ରାଜ୍ୟର ୬୧ କେନ୍ଦ୍ରରେ ପ୍ରାୟ ୧୬ହଜାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଦ୍ୱାରା ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଥିଲା। ସକାଳ ସାଢ଼େ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୩ ପର୍ଯ୍ୟାୟରେ ମୂଲ୍ୟାୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
ସେହିପରି ଯୁକ୍ତ ୨ ପରୀକ୍ଷାକୁ ମଧ୍ୟ ସରକାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ପ୍ରାୟ ସାଢେ ୩ଲକ୍ଷ ଛାତ୍ରୀଛାତ୍ର ଏବେ ଯୁକ୍ତ ୨ ପରୀକ୍ଷା ଦେଉଛନ୍ତି। ଏହା ଗତ ୩ତାରିଖରୁ ଆରମ୍ଭ ହୋଇ ଆସନ୍ତା ୨୮ ପର୍ଯ୍ୟନ୍ତ ଚାଲିଥାନ୍ତା। ହେଲେ ଏହାକୁ ମଧ୍ୟ ଶୁକ୍ରବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସରକାର ସ୍ଥଗିତ ରଖିବା ସହିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଛନ୍ତି। ଅନ୍ୟପଟେ ରାଜ୍ୟ ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବିପିୟୁଟି ଓ ଭିସୁଟ୍‌ ଦ୍ୱାରା ପରିଚାଳିତ ସମସ୍ତ ସେମିଷ୍ଟର ଏବଂ ଫାଇନାଲ ପରୀକ୍ଷା ଆସନ୍ତା ସୋମବାରଠାରୁ ବନ୍ଦ ନିଷ୍ପତ୍ତି ନେଇଛନ୍ତି। ଏସବୁ ପରୀକ୍ଷା ଲାଗି ପରବର୍ତ୍ତୀ ସମୟରେ ତାରିଖ ଘୋଷଣା ହେବ। ସେହିପରି ଷ୍ଟାଫ ସିଲେକ୍ସନ କମିଶନ(ଏସ୍‌ଏସ୍‌ସି)ର ସମସ୍ତ ପ୍ରକାର ନିଯୁକ୍ତିଭିତ୍ତିକ ପରୀକ୍ଷାକୁ ଶୁକ୍ରବାରଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ବାତିଲ କରି ଦିଆଯାଇଛି। ସେହି କ୍ରମରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ହେବାକୁଥିବା କୌଣସି ପରୀକ୍ଷା ଆସନ୍ତା ୩୧ ତାରିଖ ମଧ୍ୟରେ ହେବନାହିଁ। ଏହା ସହ ପିଲାମାନଙ୍କୁ ପରବର୍ତ୍ତୀ ପଦକ୍ଷେପ ନେଇ ନିୟମିତ ସୂଚନା ଦେବାକୁ ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପଟେ ସରକାର ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନଗୁଡିକୁ ମଧ୍ୟ ଖୋଲିବା ଉପରେ କଟକଣା ଜାରି କରିଛନ୍ତି। ଶୁକ୍ରବାରଠାରୁ ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସରକାରୀ, ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ ଦେବା ସତ୍ତ୍ୱେ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଏହାକୁ ବେଖାତିର କରୁଥିବା ଦୃଷ୍ଟିକୁ ଆସିବା ପରେ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏସବୁ ବନ୍ଦ ରଖିବାକୁ ସରକାର କହିଛନ୍ତି। ଏହାସହ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଆବଶ୍ୟକ ଅନୁଯାୟୀ ଯେଉଁ ସ୍କୁଲ କର୍ମଚାରୀ ଏବଂ ଶିକ୍ଷକଙ୍କୁ ଅନୁଷ୍ଠାନର ପ୍ରଧାନଶିକ୍ଷକ ଡାକିବେ, କେବଳ ସେମାନେ ହିଁ ଯିବେ ବୋଲି କୁହାଯାଇଛି। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri