ଯୁକ୍ତ ୨ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ମଧ୍ୟ ବନ୍ଦ ରଖାଯାଇଛି। କରୋନା ସଂକ୍ରମଣ ବଢ଼ିବା ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖିଛନ୍ତି। କେବେଠାରୁ ଖାତା ମୂଲ୍ୟାୟନ ହେବ ସେନେଇ ସରକାର ପରବର୍ତ୍ତୀ ସମୟରେ ଜଣାଇବେ ବୋଲି କହିଛନ୍ତି। ରାଜ୍ୟର ୬୧ କେନ୍ଦ୍ରରେ ପ୍ରାୟ ୧୬ହଜାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଦ୍ୱାରା ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଥିଲା। ସକାଳ ସାଢ଼େ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୩ ପର୍ଯ୍ୟାୟରେ ମୂଲ୍ୟାୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
ସେହିପରି ଯୁକ୍ତ ୨ ପରୀକ୍ଷାକୁ ମଧ୍ୟ ସରକାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ପ୍ରାୟ ସାଢେ ୩ଲକ୍ଷ ଛାତ୍ରୀଛାତ୍ର ଏବେ ଯୁକ୍ତ ୨ ପରୀକ୍ଷା ଦେଉଛନ୍ତି। ଏହା ଗତ ୩ତାରିଖରୁ ଆରମ୍ଭ ହୋଇ ଆସନ୍ତା ୨୮ ପର୍ଯ୍ୟନ୍ତ ଚାଲିଥାନ୍ତା। ହେଲେ ଏହାକୁ ମଧ୍ୟ ଶୁକ୍ରବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସରକାର ସ୍ଥଗିତ ରଖିବା ସହିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଛନ୍ତି। ଅନ୍ୟପଟେ ରାଜ୍ୟ ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବିପିୟୁଟି ଓ ଭିସୁଟ୍‌ ଦ୍ୱାରା ପରିଚାଳିତ ସମସ୍ତ ସେମିଷ୍ଟର ଏବଂ ଫାଇନାଲ ପରୀକ୍ଷା ଆସନ୍ତା ସୋମବାରଠାରୁ ବନ୍ଦ ନିଷ୍ପତ୍ତି ନେଇଛନ୍ତି। ଏସବୁ ପରୀକ୍ଷା ଲାଗି ପରବର୍ତ୍ତୀ ସମୟରେ ତାରିଖ ଘୋଷଣା ହେବ। ସେହିପରି ଷ୍ଟାଫ ସିଲେକ୍ସନ କମିଶନ(ଏସ୍‌ଏସ୍‌ସି)ର ସମସ୍ତ ପ୍ରକାର ନିଯୁକ୍ତିଭିତ୍ତିକ ପରୀକ୍ଷାକୁ ଶୁକ୍ରବାରଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ବାତିଲ କରି ଦିଆଯାଇଛି। ସେହି କ୍ରମରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ହେବାକୁଥିବା କୌଣସି ପରୀକ୍ଷା ଆସନ୍ତା ୩୧ ତାରିଖ ମଧ୍ୟରେ ହେବନାହିଁ। ଏହା ସହ ପିଲାମାନଙ୍କୁ ପରବର୍ତ୍ତୀ ପଦକ୍ଷେପ ନେଇ ନିୟମିତ ସୂଚନା ଦେବାକୁ ମାନବସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପଟେ ସରକାର ରାଜ୍ୟର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନଗୁଡିକୁ ମଧ୍ୟ ଖୋଲିବା ଉପରେ କଟକଣା ଜାରି କରିଛନ୍ତି। ଶୁକ୍ରବାରଠାରୁ ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସରକାରୀ, ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ ଦେବା ସତ୍ତ୍ୱେ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଏହାକୁ ବେଖାତିର କରୁଥିବା ଦୃଷ୍ଟିକୁ ଆସିବା ପରେ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏସବୁ ବନ୍ଦ ରଖିବାକୁ ସରକାର କହିଛନ୍ତି। ଏହାସହ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଆବଶ୍ୟକ ଅନୁଯାୟୀ ଯେଉଁ ସ୍କୁଲ କର୍ମଚାରୀ ଏବଂ ଶିକ୍ଷକଙ୍କୁ ଅନୁଷ୍ଠାନର ପ୍ରଧାନଶିକ୍ଷକ ଡାକିବେ, କେବଳ ସେମାନେ ହିଁ ଯିବେ ବୋଲି କୁହାଯାଇଛି। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ରାଜଧାନୀ ରାସ୍ତାକଡ଼ ପାଲଟିଛି କବାଡ଼ିଖାନା

ଭୁବନେଶ୍ୱର, ୧୮।୪ (ବନ୍ଦନା ସେଠୀ)ରାଜଧାନୀର ରାସ୍ତା କଡ଼ରୁ ପରିତ୍ୟକ୍ତ ହୋଇ ପଡିରହିଥିବା ଗାଡ଼ି, କ୍ୟାବିନ ଏବଂ ଅନ୍ୟାନ୍ୟ ଅଦରକାରୀ ସାମଗ୍ରୀଗୁଡିକୁ ତୁରନ୍ତ ହଟାଇବା ପାଇଁ ଭୁବନେଶ୍ୱର...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ

ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri