Posted inଜାତୀୟ

ଯୁଦ୍ଧ ପାଇଁ ପ୍ରସ୍ତୁତ ଥିଲା ସେନା

ନୂଆଦିଲ୍ଲୀ,୨୦ା୮(ପି.ଟି.): ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭିତରେ ପଶି ପାରମ୍ପରିକ ଯୁଦ୍ଧ ପାଇଁ ଭାରତୀୟ ସେନା ପୂରା ଦମ୍‌ରେ ପ୍ରସ୍ତୁତ ଥିଲା। ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଏ ସମ୍ପର୍କରେ ସରକାରଙ୍କୁ ଜଣାଇଥିଲେ ବୋଲି ଉଚ୍ଚସ୍ତରୀୟ ସାମରିକ ସୂତ୍ରରୁ ଜଣାପଡିଛି। ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନକୁ ଦଣ୍ଡ ଦେବା ପାଇଁ ବିମାନ ଆକ୍ରମଣ ସମେତ ବିଭିନ୍ନ ବିକଳ୍ପ ସମ୍ପର୍କରେ ଚିନ୍ତା କରାଯାଇଥିଲା। ବାଲାକୋଟ ପରେ ପାକିସ୍ତାନ କୌଣସି ପ୍ରକାର ଆକ୍ରମଣାତ୍ମକ ଆଭିମୁଖ୍ୟ ରଖିଥିଲେ ତାହାର ଠିକଣା ଜବାବ ଦିଆଯାଇଥାନ୍ତା। ଅର୍ଥାତ୍‌ ପାକିସ୍ତାନରେ ପଶି ଯୁଦ୍ଧ କରିବାକୁ ସେନା ପୂର୍ଣ୍ଣ ପ୍ରସ୍ତୁତ ରହିଥିଲା ବୋଲି ସୋମବାର ଅବସରପ୍ରାପ୍ତ ସେନାଧିକାରୀମାନଙ୍କ ସହ ଏକ ରୁଦ୍ଧଦ୍ୱାର ବୈଠକରେ ଜେନେରାଲ ରାଓ୍ବତ କହିଛନ୍ତି।
୨୦୧୬ ସେପ୍ଟେମ୍ବରରେ ଉରିରେ ଆତଙ୍କବାଦୀ ଆକ୍ରମଣ ପରେ ୧୧୦୦୦ କୋଟି ଟଙ୍କାର ଗୁଳିଗୋଳା କିଣିବା ପାଇଁ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା। ବାଲାକୋଟ ଏୟାରଷ୍ଟ୍ରାଇକ୍‌ ବେଳକୁ ୯୫ ପ୍ରତିଶତ ଗୁଳିଗୋଳା ସେନାକୁ ମିଳିସାରିଥିଲା। ଏହାବ୍ୟତୀତ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ରଶସ୍ତ୍ର କିଣିବା ପାଇଁ ୭୦୦୦ କୋଟି ଟଙ୍କାରେ ୩୩ଟି ଚୁକ୍ତିନାମା ଚୂଡାନ୍ତ ହୋଇଥିବାବେଳେ ପରେ ଆଉ ୯୦୦୦ କୋଟି ଟଙ୍କାର ରାଜିନାମା ହୋଇଥିଲା। ଫେବୃୟାରୀ ୧୪ ପୁଲ୍‌ଓ୍ବାମା ଆକ୍ରମଣ ପରେ ୨୬ରେ ବାୟୁସେନା ପାକିସ୍ତାନ ଭିତରେ ପଶି ବାଲାକୋଟରେ ଥିବା ଜୈଶ୍‌-ଇ-ମହମ୍ମଦର ଆତଙ୍କବାଦୀ ଶିବିର ଧ୍ୱଂସ କରିଥିଲା। ଏହା ପରଦିନ ପାକିସ୍ତାନୀ ବାୟୁସେନା ଭାରତୀୟ ସେନାର ଗୁରୁତ୍ୱପୂର୍ଣ୍ଣ ଘାଟିଗୁଡିକୁ ଟାର୍ଗେଟ କରିବାକୁ ଉଦ୍ୟମ କରିଥିଲେ ହେଁ ସଫଳ ହୋଇପାରି ନ ଥିଲା। ବାୟୁସେନାର ଲଢ଼ୁଆ ବିମାନ ପାକ୍‌ ବିମାନକୁ ତଡିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri