ଯୁଦ୍ଧ ସଂଗ୍ରହାଳୟରେ ପାକିସ୍ତାନ ଲଗାଇଲା ଅଭିନନ୍ଦନଙ୍କ ପୁତ୍ତଳିକା

ଇସ୍‌ଲାମାବାଦ,୧୧।୧୧: ଗତ ଅଗଷ୍ଟରେ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଉ ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ କୋର୍ଟ ଦେଇଥିବା ରାୟ ପରେ ପାକିସ୍ତାନ ପୁଣି ଥରେ ହଡବଡେଇ ଯାଇଛି। ଏବେ ସେ ତା’ର ଯୁଦ୍ଧ ସଂଗ୍ରହାଳୟରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଏକ ପୁତ୍ତଳିକା ଲଗାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନର ବାଲାକୋଟରେ ଆକ୍ରମଣ କରଯାଇଥିଲା। ଏହି ସମୟରେ ଓ୍ବିଙ୍ଗ କମାଣ୍ଡର ବର୍ଥମାନ ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬କୁ ଧ୍ୱଂସ କରିଦେଇଥଲେ। ସେ ବିମାନରୁ ସୁରକ୍ଷିତ ବାହାରିବା ସମୟରେ ପାକିସ୍ତାନ ଅଧିକୃତ କଶ୍ମୀରରେ ପ୍ରବେଶ କରି ଯାଇଥିଲେ। ଫଳରେ ପାକ୍‌ ସେନା ତାଙ୍କୁ କାବୁ କରି ନେଇଥିଲା। ଏହାପରେ ବିଭିନ୍ନ ଆଲୋଚନା ପରେ ସେ ବର୍ଥମାନଙ୍କୁ ଭାରତକୁ ହସ୍ତାନ୍ତର କରିଥିଲା। ତେବେ ପାକିସ୍ତାନ ସେନା ନିକଟରେ ଥିବା ବେଳେ ଅଭିନନ୍ଦନଙ୍କ ଏକ ଚା’ ପିଇବାର ଫଟୋ ଭାଇରାଲ ହୋଇଥିଲା। ଆଉ ଏବେ ଠିକ୍‌ ସେହି ଢଙ୍ଗରେ ପାକିସ୍ତାନ ତା’ର ଯୁଦ୍ଧ ସଂଗ୍ରହାଳୟରେ ଅଭିନନ୍ଦନଙ୍କ ଏକ ପୁତ୍ତଳିକା ଲଗାଇଥିବା ଖବର ମିଳିଛି। ଏହି ଫଟୋକୁ ଏବେ ପାକିସ୍ତାନର ଜଣେ ଖବରଦାତା ଟୁଇଟରରେ ଶେୟାର କରିବା ପରେ ଘଟଣା ସାମ୍ନାକୁ ଆସିଛି। ଉକ୍ତ ଖବରଦାତା ଲେଖିଛନ୍ତି ଯଦି ଅଭିନନ୍ଦନଙ୍କ ହାତରେ ପୂର୍ବପରି ଏକ ଚା’ କପ୍‌ ଧରାଇ ଦିଆଯାଇଥାଆନ୍ତା ତେବେ ଆହୁରି ଭଲ ହୋଇଥାଆନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri