ଯୁବକଂଗ୍ରେସକୁ କ୍ରିୟାଶୀଳ କରିବାକୁ ଉଦ୍ୟମ:୧୨ରେ ମତାମତ ରଖିବେ ଯୁବନେତା

ଭୁବନେଶ୍ୱର,୮।୧(ବ୍ୟୁରୋ):ଯୁବ କଂଗ୍ରେସ ସଙ୍ଗଠନକୁ ପୁନଃଗଠିତ, ଅଧିକ କ୍ରିୟାଶୀଳ ଓ ସଶକ୍ତ କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଉକ୍ତ କମିଟିରେ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳ ଅଧ୍ୟକ୍ଷ ଥିବାବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଆବାହକ ଦାୟିତ୍ୱରେ ଅଛନ୍ତି। ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ଜେନା ଏବଂ ରଜତ ଚୌଧୁରୀ କମିଟି ସଦସ୍ୟ ଅଛନ୍ତି। ଏହାର ପ୍ରଥମ ବୈଠକ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଅନ୍ୟ ଏକ ବୈଠକରେ ଏହି କମିଟି ଯୁବ କଂଗ୍ରେସର ସଂଗଠନକୁ ସୁଦୃଢ଼ ଏବଂ ଅଧିକ କ୍ରିୟାଶୀଳ କରିବା ସମ୍ପର୍କରେ ଆଲୋଚନା କରିଥିଲେ। ତେବେ ଆଗକୁ ଏହି କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ତୃଣମୂଳସ୍ତରରେ ଯୁବ ନେତୃତ୍ୱକୁ ସୁସଙ୍ଗଠିତ କରିବା ଲାଗି ନିଷ୍ପତ୍ତି ହୋଇଛି। ଯୁବ କଂଗ୍ରେସରେ ବିଭିନ୍ନସ୍ତରରେ କାର୍ଯ୍ୟ କରୁଥିବା ରାଜ୍ୟର ନେତୃବୃନ୍ଦ ଏବଂ ଯୁବ କଂଗ୍ରେସ ସଙ୍ଗଠନ ସହ ଜଡିତ ଥିବା ନେତାମାନେ ଆସନ୍ତା ୧୨ତାରିଖରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ପହଞ୍ଚି ନିଜର ମତ ଓ ପରାମର୍ଶ ଉପସ୍ଥାପନ କରିବାକୁ ପ୍ରଦୀପ ମାଝୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?