ଯୁବକଙ୍କୁ ଗଳାକାଟି ହତ୍ୟା

କାମାକ୍ଷାନଗର, ୯।୬(ଡି.ଏନ.ଏ.) – ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ା ଥାନା ପଥରକଟା ଗ୍ରାମର ସର୍ବେଶ୍ୱର ମହନ୍ତ (୨୯)ଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ବାଲିକୁମା ସନ୍ଦା ଜଙ୍ଗଲରୁ ଶନିବାର ମଧ୍ୟାହ୍ନରେ ଗଳା କଟାଯାଇଥିବା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ବାପା ହଗୁରୁ ମହନ୍ତଙ୍କ ଅଭିଯୋଗକ୍ରମେ ଥାନାରେ ନଂ. ୨୯/୧୯, ଦଫା ୩୦୨ରେ ହତ୍ୟା ମାମଲା ରୁଜୁ କରାଯାଇଛି। ଏସ୍‌ପି ଅନୁପମା ଜେମ୍‌ସଙ୍କ ନେତୃତ୍ୱରେ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଛାନଭିନ୍‌ ଆରମ୍ଭ କରିଛି।
ହଗୁରୁଙ୍କ କହିବା ଅନୁଯାୟୀ, ଘରେ ଥିବା ଶୁଆ ପାଇଁ ଶୁକ୍ରବାର ସର୍ବେଶ୍ୱର ଚଣା ଆଣିବାକୁ ଘରଠାରୁ ଏକ କିମି ଦୂର ଦୋକାନକୁ ଯାଇ ଆଉ ଫେରି ନ ଥିଲେ। ଶନିବାର ସ୍ଥାନୀୟ ଲୋକ ପୁଅ ମୃତଦେହ ଜଙ୍ଗଲରେ ପଡ଼ିଥିବା ଦେଖି ସୂଚନା ଦେଇଥିଲେ। କେହି ଦୁର୍ବୃତ୍ତ ସର୍ବେଶ୍ୱରଙ୍କୁ ଯୋଜନାବଦ୍ଧଭାବେ ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଇଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶୁକ୍ରବାର ସର୍ବେଶ୍ୱର ସାଙ୍ଗରେ ଆଣିଥିବା ସାଇକେଲ ବିକିବା ପାଇଁ କେତେଜଣଙ୍କୁ ଅନୁରୋଧ କରୁଥିଲେ। ସେଠାରୁ କେଉଁଆଡ଼େ ଚାଲିଯାଇଥିଲେ। ହେଲେ ତାଙ୍କୁ କିଏ ଓ କାହିଁକି ହତ୍ୟା କରିଛି ସେ ନେଇ ସେମାନେ ଜାଣି ନ ଥିବା କହିଛନ୍ତି।
ସୂଚନାପାଇ ଏସ୍‌ପି ଅନୁପମା ଜେମ୍ସ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, କଙ୍କଡ଼ାହାଡ଼ ଥାନାଧିକାରୀ ପ୍ରମୋଦ ଲେଙ୍କା, ଏସ୍‌ଆଇ ଶେଷପଦ୍ମା ବିଶ୍ୱାଳ ସାଇଣ୍ଟିଫିକ୍‌ ଟିମ୍‌ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଏ ନେଇ ଏସ୍‌ପି କୁହନ୍ତି, କଙ୍କଡ଼ାହାଡ଼ ଥାନାଧିକାରୀଙ୍କୁ ତଦନ୍ତ ଭାର ଦିଆଯାଇଛି। ଯୁବକଙ୍କୁ କିଏ ଓ କାହିଁକି ହତ୍ୟା କରିଛନ୍ତି, ତାହା ତଦନ୍ତରୁ ଧରାପଡ଼ିବ। ଏ ନେଇ ତଦନ୍ତକାରୀ ଅଧିକାରୀ କୁହନ୍ତି, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ସ୍ପଷ୍ଟ ଜଣାପଡ଼ୁଛି। ଅତି ସତର୍କତାର ସହ ହତ୍ୟାକାରୀ ହତ୍ୟାକାଣ୍ଡ ଘଟାଇଛନ୍ତି। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ କୌଣସି ସାମଗ୍ରୀ ମିଳିନାହିଁ। ଛାନ୍‌ଭିନ୍‌ରୁ କିଛି ଖିଅ ମିଳିଛି। ତଦନୁଯାୟୀ ପୋଲିସ ତଦନ୍ତ ପରିସର ବଢ଼ାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri