ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ

ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ପଦ୍ମନାଭ ମଲ୍ଲିକଙ୍କ ପୁଅ ପ୍ରକାଶ। ତାଙ୍କ ଘର ଦିଗପହଣ୍ଡି ଥାନା ବୁରୁଡ଼ା ଗ୍ରାମରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ସୋମବାର ସକାଳେ ବୁରୁଡ଼ା ଗାଁ କେନାଲରେ ମୃତଦେହ ପଡ଼ିଥିବା କେତେଜଣ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରବିବାର ରାତିରେ ଅଭିଯୁକ୍ତମାନେ ପ୍ରକାଶଙ୍କୁ ତାଙ୍କ ଘରୁ ଡାକିନେଇଥିବା ବେଳେ ସଦର ଥାନା ଅନ୍ତର୍ଗତ ବାଉଁଶିଆପଲ୍ଲୀ ଗାଁ ଛକ ସ୍କୁଲ ନିକଟରେ ଗଳା କାଟି ହତ୍ୟାକରିଥିଲେ। ପରେ ମୃତଦେହକୁ ଘଟଣାସ୍ଥଳରୁ ଅଧା କିଲୋମିଟର ଦୂରରେ ଥିବା ଏକ କେନାଲ ନିକଟରେ ଫୋପାଡ଼ି ଦେଇଥିବା ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର କହିଛନ୍ତି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ସଦର ଏସ୍‌ଡିପିଓ ମହାପାତ୍ର, ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ଓ ଅନ୍ୟ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ପୋଲିସ କହିଛି। ପୂର୍ବ ଶତ୍ରୁତାରୁ କେନ୍ଦ୍ରକରି ଏହି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ପଦ୍ମନାଭଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଜାରି ରଖିଥିବା ଥାନାଧିକାରୀ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri