ଯୁବକଙ୍କୁ ନିର୍ମମ ହତ୍ୟା

ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରସ୍ଥିତ ଦୋଳମଣ୍ଡପ ସାହି ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୭ଟାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ ମିଛୁ (୪୭)। କେତେଜଣ ଯୁବକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ହତ୍ୟା ପଛର କାରଣ ପୂର୍ବଶତ୍ରୁତା ବୋଲି ଅନୁମାନ କରାଯାଉଛି। ଘଟଣା ପରେ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଦୋଳମଣ୍ଡପ ସାହି ନିକଟ ଏକ ବରଗଛ ତଳେ ପୂର୍ଣ୍ଣଚନ୍ଦ୍ର ବସିଥିଲେ। ଏହି ସମୟରେ ଅଭିଯୁକ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ସେ ଜୀବନ ବଞ୍ଚାଇବାକୁ ଦୌଡ଼ି ଦୌଡ଼ି ପଳାଇଯିବାକୁ ଚେଷ୍ଟା କରୁଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣି ପକାଇଥିଲେ। କ୍ଷତାକ୍ତ ଅବସ୍ଥାରେ ପୂର୍ଣ୍ଣଚନ୍ଦ୍ର ଏକ ବାଲିଗଦାରେ ପଡ଼ିଯାଇଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ପାଇ ଟାଉନ ଥାନା ଏବଂ ସଦର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ନେଇ ମୃତକଙ୍କ ଭାଇଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ନଂ. ୫୬/୨୦୨୦, ଦଫା ୩୦୨/ ୩୪ ଏବଂ ୨୫, ୨୭ ଆର୍ମସ ଆକ୍ଟରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri