ଯୁବକଙ୍କୁ ନିର୍ମମ ହତ୍ୟା

ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରସ୍ଥିତ ଦୋଳମଣ୍ଡପ ସାହି ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୭ଟାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ ମିଛୁ (୪୭)। କେତେଜଣ ଯୁବକ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ହତ୍ୟା ପଛର କାରଣ ପୂର୍ବଶତ୍ରୁତା ବୋଲି ଅନୁମାନ କରାଯାଉଛି। ଘଟଣା ପରେ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଦୋଳମଣ୍ଡପ ସାହି ନିକଟ ଏକ ବରଗଛ ତଳେ ପୂର୍ଣ୍ଣଚନ୍ଦ୍ର ବସିଥିଲେ। ଏହି ସମୟରେ ଅଭିଯୁକ୍ତମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ସେ ଜୀବନ ବଞ୍ଚାଇବାକୁ ଦୌଡ଼ି ଦୌଡ଼ି ପଳାଇଯିବାକୁ ଚେଷ୍ଟା କରୁଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣି ପକାଇଥିଲେ। କ୍ଷତାକ୍ତ ଅବସ୍ଥାରେ ପୂର୍ଣ୍ଣଚନ୍ଦ୍ର ଏକ ବାଲିଗଦାରେ ପଡ଼ିଯାଇଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନା ପାଇ ଟାଉନ ଥାନା ଏବଂ ସଦର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ନେଇ ମୃତକଙ୍କ ଭାଇଙ୍କ ଅଭିଯୋଗକ୍ରମେ ଟାଉନ ଥାନାରେ ନଂ. ୫୬/୨୦୨୦, ଦଫା ୩୦୨/ ୩୪ ଏବଂ ୨୫, ୨୭ ଆର୍ମସ ଆକ୍ଟରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri