ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତ ବାପ ପୁଅ ଗିରଫ

ଭଦ୍ରକ ଅଫିସ, ୨୬।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାଉତରାଗଡିଆ ପାଟଣାରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାର ସପ୍ତାହକ ପରେ ଅଭିଯୁକ୍ତ ନୀଳମଣି ମହାରଣା(୬୬)ଙ୍କୁ ଭଦ୍ରକ ଷ୍ଟେଶନ ଓ ତାଙ୍କ ପୁଅ ଗୁରୁଙ୍କୁ ଭୁବନେଶ୍ୱର କଳ୍ପନା ଛକରୁ ଗିରଫ କରାଯାଇଥିବା ନେଇ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି କୈଳାସ ଚନ୍ଦ୍ର ପରିଡ଼ା ସୂଚନା ଦେଇଛନ୍ତି। ସମ୍ପୃକ୍ତ ୫ ଅଭିଯୁକ୍ତଙ୍କ ମଧ୍ୟରୁ ଅନ୍ୟ ୩ ଜଣଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି।
ଉଲ୍ଲେଖନୀୟ ଯେ, ମୃତ ବିଜୟ ନିଜ ଗୃହ ନିର୍ମାଣ ପାଇଁ କିଛିଦିନ ପୂର୍ବେ ବାଲି ଆଣି ରାସ୍ତା ଉପରେ ରଖିଥିଲେ। ଗ୍ରାମର ନୀଳମଣି, ଗୁରୁ, ମନୋଜ ମହାରଣା, ପ୍ରଭାତ ମହାରଣା ଓ ସିଦ୍ଧେଶ୍ୱର ବେହେରା ଏହାକୁ ବିରୋଧ କରୁଥିଲେ। ଏହାକୁ କେନ୍ଦ୍ରକରି ଗତ ୧୯ ତାରିଖ ସନ୍ଧ୍ୟାରେ ବିଜୟଙ୍କ ସହ ଗୁରୁ ଓ ତାଙ୍କ ସହଯୋଗୀମାନଙ୍କର ହାତାହାତି ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ଗୁରୁଙ୍କ ସହଯୋଗୀମାନେ ଲୁହାରଡ୍‌ରେ ବିଜୟଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ବିଜୟ ଟଳି ପଡ଼ିଥିଲେ। ତାଙ୍କୁ ଜିଲା ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବିଜୟଙ୍କ ସାନଭାଇ ଯୁଧିଷ୍ଠିରଙ୍କ ଏତଲା କ୍ରମେ ପୋଲିସ ମାମଲା(ନଂ.୫୧୪/୧୯) ରୁଜୁ କରି ତଦନ୍ତ ଚଳାଇଥିଲା। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଏସ୍‌ଡିପିଓ ଜଳନ୍ଧର ଜାଲିଙ୍କ ନେତୃତ୍ୱରେ ଥାନାଧିକାରୀ ପ୍ରଭାଂସୁ ମିଶ୍ର, ପ୍ରଜ୍ଞା ମହାନ୍ତିଙ୍କୁ ନେଇ ଏକ ଟିମ୍‌ କରାଯାଇ ତଦନ୍ତ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri