ଯୁବକଙ୍କୁ ମରଣାନ୍ତକ ଆକ୍ରମଣ : ଅଭିଯୁକ୍ତ ଗିରଫ, ଖଣ୍ଡା ଜବତ

ବଡ଼ବିଲ, ୯।୬ (ସ୍ବ.ପ୍ର.) – କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଗ୍ରାମର ରୋହିତ ଶାସ୍ତ୍ରୀ ନାମକ ଜଣେ ଯୁବକଙ୍କୁ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ରୋହିତ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ଅଭିଯୋଗ କ୍ରମେ ବଡ଼ବିଲ ଥାନାରେ ଏକ ମାମଲା(ନଂ. ୧୨୭/୨୦୧୯) ରୁଜୁ କରାଯାଇଛି। ଆକ୍ରମଣକାରୀ ଠାକୁରାଣୀ ଗ୍ରାମର ଭଗବାନ ଦାଶଙ୍କୁ ପୋଲିସ ଗିରଫ କରିବା ସହ ବ୍ୟବହୃତ ଖଣ୍ଡାକୁ ଶନିବାର ଜବତ କରିଛି।
ସୂଚନା ଅନୁଯାୟୀ, ଭଗବାନ ଶୁକ୍ରବାର ରୋହିତଙ୍କୁ ଏକ ଖଣ୍ଡାରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ରୋହିତଙ୍କୁ ପ୍ରଥମେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଶନିବାର ଅଭିଯୁକ୍ତ ଭଗବାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?