ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି।
ସନ୍ଧ୍ୟା ପ୍ରାୟ ସାଢେ ୬ଟା ବେଳେ ପଡିଆ ସମ୍ମୁଖରେ ଈଶ୍ୱରପୁର ଗ୍ରାମର ସୁଦର୍ଶନ ମହାନ୍ତି (୪୨) ଏକୁଟିଆ ଥିବା ବେଳେ ହଠାତ୍ ଏକ ବୋଲେରୋ (ନଂ.ଓଡ଼ି-୦୧-ଟି- ୮୯୭୭)ରେ ୪/୫ଜଣ ଯୁବକ ଆସି ତାଙ୍କୁ ଧକ୍କା ଦେଇଥିଲେ। ସୁଦର୍ଶନ ଏହାର ପ୍ରତିବାଦ କରିବାରୁ ବୋଲେରୋରେ ଥିବା ଅଜଣା ଯୁବକମାନେ ଠେଙ୍ଗା ଓ ଭୁଜାଲି ସହିତ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସୁଦର୍ଶନ ଚିତ୍କାର କରୁଥିଲା ବେଳେ ସ୍ଥାନୀୟ ଲୋକେ ପହଞ୍ଚତ୍ଥିଲେ। ଆକ୍ରମଣକାରୀ ଯୁବକଙ୍କ ମଧ୍ୟରୁ ଘଟଣାସ୍ଥଳରୁ ଜଣେ ଧରାପଡ଼ିଥିଲା ବେଳେ ଅନ୍ୟମାନେ ଫେରାର ହୋଇଯାଇଛନ୍ତି। ନୀଳଗିରି ଆଇଆଇସି ମିନତୀ ବିଶ୍ୱାଳ ଗ୍ରାମବାସୀ ଅଟକ ରଖିଥିବା ଯୁବକଙ୍କୁ ଗିରଫ କରିବା ସହ ବ୍ୟବହୃତ ବୋଲେରୋ ଓ ମାରଣାସ୍ତ୍ରକୁ ଜବତ କରିଛନ୍ତି।
୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…
ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…
କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ
ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…
ଦୁଇ ବାଇକ୍ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…
ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…
ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍, ୩ଟି ବହୁତଳ କୋଠା ଠାବ
ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍ ଠାବ ହୋଇଥିବା ସୂଚନା ମିଳିଛି। ଏହା…
ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

