ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଆନନ୍ଦପୁର,୭।୬(ସ୍ବ.ପ୍ର.): ସଂଘବଦ୍ଧ ଆକ୍ରମଣ ଘଟଣାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ। ଘସିପୁରା ଥାନା ରେକୁଟିଆର ଧଳିଆପାଣିଠାରେ ଦେଓଗାଁର ରାଜୀବ ଲୋଚନ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିଲା। ଆକ୍ରମଣରେ ଗୁରୁତର ଆହତ ରାଜୀବଙ୍କ ଲିଖିତ ଅଭିଯୋଗକୁ ଆଧାର କରି ଘସିପୁରା ପୁଲିସ ମାମଲା ରୁଜୁ କରିଥିଲା। ଘସିପୁରା ଥାନା ତରୀମୂଳ ଗ୍ରାମର ଆକାଶ ବଳ, ରମାକାନ୍ତ ରାଉତ, ରାକେଶ କୁମାର ରାଉତ, ତୋଫାନ କୁମାର ଶା, ଅତୁଲ ବଳ, ହରିଶ ରାଉତ, ରୁଦ୍ର ରାଉତ, କାଓା ଦାସ, ସ୍ମାରକ ମହାନ୍ତି, ପ୍ରିୟରଞ୍ଜନ ବଳ, ସୌମ୍ୟରଞ୍ଜନ ବଳ, ଲିଟୁ ବାରିକଙ୍କ ବିରୋଧରେ ପୋଲିସ ୧୮୦/୨୩ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୨ଅଭିଯୁକ୍ତଙ୍କ ମଧ୍ୟରୁ ପୋଲିସ ଆକାଶ ବଳ, ଲିଟୁ ଓରଫ ସନ୍ଦିପ ବାରିକ, କାଓା ଓରଫ ସୁଶାନ୍ତ ଦାସ, ଚିକି ଓରଫ ରମାକାନ୍ତ ରାଉତଙ୍କୁ ଗିରଫ କରଛି। ଏନେଇ ଆଇଆଇସି ବିକ୍ରମ କୁମାର ଭୁୟାଁ ସୂଚନା ଦେଇଛନ୍ତି। ଘସିପୁରା ନିର୍ବାଚନମଣ୍ଡଳୀ ରାମଚନ୍ଦ୍ରପୁର ଥାନା ଅଧିନ ଶାଳଦେଇ ଗଣ୍ଡଗୋଳ ଘଟଣାର କିଛି ମାସ ଅନ୍ତରରେ ପୁଣି ରେକୁଟିଆ ଅଞ୍ଚଳରେ ଗଣ୍ଡଗୋଳ ଘଟଣା ଆଇନଶୃଙ୍ଖଳା ପରିସ୍ଥିତିକୁ ଜଟିଳ କରିଛି। ଏହି ଗଣ୍ଡଗୋଳ ଘଟଣାକୁ ନେଇ ରାଜନୈତିକ ଉଷ୍ମତା ବାରି ହୋଇପଡୁଥିବାବେଳେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣ ଦିଗରେ ଦୃଷ୍ଟି ଦେବାକୁ ଭାଜପାର ଏକ ପ୍ରତିନିଧି ଦଳ ଜିଲା ଏସପିଙ୍କୁ ଭେଟି ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri