ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଆନନ୍ଦପୁର,୭।୬(ସ୍ବ.ପ୍ର.): ସଂଘବଦ୍ଧ ଆକ୍ରମଣ ଘଟଣାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ। ଘସିପୁରା ଥାନା ରେକୁଟିଆର ଧଳିଆପାଣିଠାରେ ଦେଓଗାଁର ରାଜୀବ ଲୋଚନ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିଲା। ଆକ୍ରମଣରେ ଗୁରୁତର ଆହତ ରାଜୀବଙ୍କ ଲିଖିତ ଅଭିଯୋଗକୁ ଆଧାର କରି ଘସିପୁରା ପୁଲିସ ମାମଲା ରୁଜୁ କରିଥିଲା। ଘସିପୁରା ଥାନା ତରୀମୂଳ ଗ୍ରାମର ଆକାଶ ବଳ, ରମାକାନ୍ତ ରାଉତ, ରାକେଶ କୁମାର ରାଉତ, ତୋଫାନ କୁମାର ଶା, ଅତୁଲ ବଳ, ହରିଶ ରାଉତ, ରୁଦ୍ର ରାଉତ, କାଓା ଦାସ, ସ୍ମାରକ ମହାନ୍ତି, ପ୍ରିୟରଞ୍ଜନ ବଳ, ସୌମ୍ୟରଞ୍ଜନ ବଳ, ଲିଟୁ ବାରିକଙ୍କ ବିରୋଧରେ ପୋଲିସ ୧୮୦/୨୩ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୨ଅଭିଯୁକ୍ତଙ୍କ ମଧ୍ୟରୁ ପୋଲିସ ଆକାଶ ବଳ, ଲିଟୁ ଓରଫ ସନ୍ଦିପ ବାରିକ, କାଓା ଓରଫ ସୁଶାନ୍ତ ଦାସ, ଚିକି ଓରଫ ରମାକାନ୍ତ ରାଉତଙ୍କୁ ଗିରଫ କରଛି। ଏନେଇ ଆଇଆଇସି ବିକ୍ରମ କୁମାର ଭୁୟାଁ ସୂଚନା ଦେଇଛନ୍ତି। ଘସିପୁରା ନିର୍ବାଚନମଣ୍ଡଳୀ ରାମଚନ୍ଦ୍ରପୁର ଥାନା ଅଧିନ ଶାଳଦେଇ ଗଣ୍ଡଗୋଳ ଘଟଣାର କିଛି ମାସ ଅନ୍ତରରେ ପୁଣି ରେକୁଟିଆ ଅଞ୍ଚଳରେ ଗଣ୍ଡଗୋଳ ଘଟଣା ଆଇନଶୃଙ୍ଖଳା ପରିସ୍ଥିତିକୁ ଜଟିଳ କରିଛି। ଏହି ଗଣ୍ଡଗୋଳ ଘଟଣାକୁ ନେଇ ରାଜନୈତିକ ଉଷ୍ମତା ବାରି ହୋଇପଡୁଥିବାବେଳେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣ ଦିଗରେ ଦୃଷ୍ଟି ଦେବାକୁ ଭାଜପାର ଏକ ପ୍ରତିନିଧି ଦଳ ଜିଲା ଏସପିଙ୍କୁ ଭେଟି ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri