ଫୁଲବାଣୀ,୮।୨(ଡି.ଏନ୍.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ ନାୟକ (୪୨)। ତାଙ୍କ ଶରୀରର ବିଭିନ୍ନ ସ୍ଥାନକୁ କୌଣସି ଅସ୍ତ୍ରରେ ହଣାଯାଇଥିବା ଦେଖାଯାଇଛି। ଏପରିକି ତାଙ୍କର ଗୋଟିଏ ହାତ କାଟି ଅନ୍ୟତ୍ର ପକାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବରପାଇ ଜି.ଉଦୟଗିରି ଏସ୍ଡିପିଓ ଜୟକୃଷ୍ଣ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ସାରଙ୍ଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ View All
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
Archives

