ଯୁବକଙ୍କ ଉନ୍ମତକାଣ୍ଡ: ପେଟ୍ରୋଲ ବୋମା ଫିଙ୍ଗି ଜାଳିଦେଲେ ହାଇୱା

ଆଳି, ୧୩।୬(ଡି.ଏନ୍‌.ଏ.): ଆଳି ଦେମାଳ ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି l ଭୋର ୫ଟାରେ ଯୁବକ ଜଣକ ପେଟ୍ରୋଲ ବୋମା ଫିଙ୍ଗି ଚିପ୍ସ ବୋଝେଇ ହାଇୱାକୁ ଜାଳି ଦେଇଛନ୍ତି। ଏଥିସହ ବାଲେଶ୍ୱରରୁ ମାଛ ପାଇଁ ଆସୁଥିବା ଦୁଇଟି ଗାଡିକୁ ମଧ୍ୟ ପେଟ୍ରୋଲ ବୋମା ଫିଙ୍ଗି ଦେଇଥିବା ଜଣାପଡିଛି। ତେବେ ଆଉ ଏକ ଆଇରନ ବୋଝେଇ ୧୨ଚକିଆ ଟ୍ରକକୁ ନିଆଁ ଲଗାଇବାକୁ ଉଦ୍ୟମ କରୁଥିବା ସମୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ କାବୁ କରିନେଇଥିଲା। ସୂଚନାଯୋଗ୍ୟ, ଶନିବାର ସକାଳେ ଚଣ୍ଡିଖୋଲରୁ ରାଜକନିକା ଆସୁଥିବା ଚିପ୍ସ ବୋଝେଇ ଗାଡିକୁ ଯୁବକ ଜଣକ ଆଳି ଦୁର୍ଗା ମଣ୍ଡପ ନିକଟରେ ଅଟକାଇ ଫିଲ୍ମ ଷ୍ଟାଇଲରେ ଗାଡି ଉପରକୁ ପେଟ୍ରୋଲ ଭର୍ତ୍ତି ଥିବା ଜରିରେ ନିଆଁ ଲଗାଇ ଫିଙ୍ଗି ଦେଇଥିଲେ। ଡ୍ରାଇଭର ସଙ୍ଗେ ସଙ୍ଗେ ଥାନାକୁ ଦୌଡ଼ିଯାଇ ଘଟଣା ବିଷୟରେ ଜଣାଇଥିଲେ। ଖବରପାଇ ଘଟଣାସ୍ଥଳ ଆଳି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଗାଡିଟି ସମ୍ପୂର୍ଣ ଜଳିଯାଇଛି। ସେହିପରି ବଡ଼ବିଲରୁ ଆସୁଥିବା ଏକ ଆଇରନ ବୋଝେଇ ଟ୍ରକକୁ ଆଳି ବାଳକାଟି ନିକଟରେ ଥିବା ପେଟ୍ରୋଲ ପମ୍ପ ନିକଟରେ ଅଟକାଇ ପେଟ୍ରୋଲ ଫିଙ୍ଗି ଜାଳିବାକୁ ଉଦ୍ୟମ କରିଥିଲେ। ହେଲେ ସେହି ସମୟରେ ଆଳି ଥାନା ଏସ୍‌ଆଇ ସୌମ୍ୟରଞ୍ଜନ ପାଣିଗ୍ରାହୀ ପହଞ୍ଚି ସଙ୍ଗେ ସଙ୍ଗେ ଯୁବକଙ୍କୁ କାବୁ କରି ଥାନାରେ ଅଟକ ରଖିଥିବା ସୂଚନା ମିଳିଛି। ଯୁବକଙ୍କ ଏହି ଉନ୍ମତକାଣ୍ଡ ଏବେ ଆଳି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri