ଭଞ୍ଜନଗର,୨୧।୧(ଡି.ଏନ.ଏ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଢୋଲପିଟା ନିକଟରେ ଆଖି ଓ ହାତବନ୍ଧା ଅବସ୍ଥାରେ ଜଣେ ଅଚିହ୍ନା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅପରାହ୍ନ ପ୍ରାୟ ୫ଟାରେ କିଛି ଲୋକ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚିବା ବେଳକୁ ସନ୍ଧ୍ୟା ହୋଇ ଯାଇଥିବାରୁ ମୃତଦେହ ଉଠାଯାଇପାରି ନ ଥିଲା। ମଙ୍ଗଳବାର ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ କରିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ।
ଯୁବକଙ୍କୁ ହତ୍ୟା କରିିବା ପରେ ଅଭିଯୁକ୍ତମାନେ କୌଣସି ଗାଡ଼ିରେ ଆଣି ଢୋଲପିଟା ନିକଟ କଲଭର୍ଟ ପାଖରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ରାସ୍ତାରେ ରକ୍ତ ଛିଟା ପଡ଼ିଥିବାରୁ ଗାଡ଼ିରୁ ମୃତଦେହକୁ ଘୋଷାଡ଼ି ପକାଇ ଦିଆଯାଇଥିବା ପୋଲିସ ଅନୁମାନ କରୁଛି। ରିପୋର୍ଟ ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳି ନ ଥିବା ତାରସିଂ ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ କହିଛନ୍ତି।
ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା ।…
ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ
ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…
ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…
ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…
ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ: ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ
ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…
ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ
ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…
Archives

