ଯୁବକଙ୍କ ଗଳାକାଟି ହତ୍ୟା

ଚିକିଟି,୩୦।୪(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଧାନଘର ଛକ ଠାରୁ ମା’ ବାଳକୁମାରୀ ମନ୍ଦିର ଯିବା ରାସ୍ତାର ଏକ ପୋଖରୀ ନିକଟରେ ଜଣେ ଯୁବକଙ୍କ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ରାମଚନ୍ଦ୍ରପୁର ପଞ୍ଚାୟତ ରାମପୁର ଗ୍ରାମର ବଳରାମ ମହାଙ୍କୁଡ (୩୫)। ତାଙ୍କ ବାପା ବାଲ୍ମୀକି ମହାଙ୍କୁଡଙ୍କ ଅଭିଯୋଗ ପରେ କେ.ନୂଆଗାଁ ଥାନାରେ ନଂ.୧୪୭/୨୫ରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ପୁଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ବାଲ୍ମୀକି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରୁଥିବା ପୋଲିସ ଧାନଘର ଅଞ୍ଚଳର ଦୁଇଜଣଙ୍କୁ ଧରିଆଣି ଥାନାରେ ଅଟକ ରଖି ପଚରାଉଚରା କରୁଛି। ବଳରାମଙ୍କ କାହାସହିତ ଶତ୍ରୁତା ନ ଥିବା ପରିବାର ଲୋକେ କହୁଥିବା ବେଳେ ପୋଲିସ ଘଟଣାର ଛାନଭିନ ଜାରି ରଖି ବିଭିନ୍ନ ଛକରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ପ୍ରାଥମିକ ତଦନ୍ତରୁ ବଳରାମଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ମୃତକଙ୍କ ପକେଟରୁ ମିଳିଥିବା ମୋବାଇଲ ଅପରାଧୀଙ୍କୁ ଚିହ୍ନଟ କରାଇବାରେ ସହାୟକ ହେବ। ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ କହିଛନ୍ତି।
ଖବରରୁ ଜଣାପଡିଛି, ବଳରାମ ରାଜ୍ୟ ବାହାରେ ଏକ କମ୍ପାନୀରେ କାମ କରୁଥିଲେ। ମାସେ ତଳେ ସେ ଗାଁକୁ ଫେରି ତାଙ୍କ ପିକଅପ୍‌ ଭ୍ୟାନ ଚଳାଇ ପରିବାର ପ୍ରତିପୋଷଣ କରୁଥିଲେ। କିଛିଦିନ ହେଲା ସେ ଏକ ବୁଲେଟ୍‌ ମୋଟରସାଇକେଲ (ନଂ.ଓଡ଼ି ୦୭ ଏଭି-୫୩୫୯) କିଣିଥିଲେ। ସୋମବାର ରାତିରେ ଚିକିଟିପେଣ୍ଠ ଗ୍ରାମରେ ରହୁଥିବା ଭଉଣୀଙ୍କ ଘରକୁ ଯାଉଛି କହି ବଳରାମ ଘରୁ ବୁଲେଟ ନେଇ ଯାଇଥିଲେ। ମାତ୍ର ସକାଳେ ରାସ୍ତା କଡରୁ ତାଙ୍କ ମୃତଦେହ ମିଳିଥିଲା। ପୋଲିସ ତଦନ୍ତ ବେଳେ ଘଟଣାସ୍ଥଳରୁ ବଳରାମଙ୍କ ବୁଲେଟ ଓ ମୋବାଇଲ ଫୋନ ଜବତ କରିଛି। ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, କେ.ନୂଆଗାଁ ଆଇଆଇସି କିଶୋର ସାମଲ, ଚିକିଟି ଫାଣ୍ଡି ଅଧିକାରୀ ରଞ୍ଜିତ ମହାପାତ୍ର ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରିଛନ୍ତି। ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri