ଯୁବକଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତ ଚିହ୍ନଟ, ଧରିବାକୁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୪।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତିରେ ଅନିଲ ପଣ୍ଡା (୧୮)ଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ରେଲ୍‌ଓ୍ବେ ପୋଲିସ (ଜିଆରପି)ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ବୁଧବାର ପୋଲିସ ଯୁବକଙ୍କ ମୃତଦେହ ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଅନିଲଙ୍କ ବଡଭାଇ ସୁନୀଲ କୁମାର ପଣ୍ଡାଙ୍କ ଅଭିଯୋଗ କ୍ରମେ ପୋଲିସ ୧୨୦/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଛି। ଜିଆରପି ଡିଏସ୍‌ପି ଚନ୍ଦ୍ର ଶେଖର ସାହୁଙ୍କ ନେତୃତ୍ୱରେ ଥାନାଧିକାରୀ ସୁକାନ୍ତ ଭୋଇ ଓ କିଛି ଦକ୍ଷ ଅଫିସରଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଛି । ଅଭିଯୁକ୍ତଙ୍କ ଘର କୋଦଳା ଥାନା ଅନ୍ତର୍ଗତ ସୁମଣ୍ଡଳ ବୋଲି ପୋଲିସ ଜାଣିବାକୁ ପାଇଛି । ପୋଲିସ ଅଭିଯୁକ୍ତଙ୍କ ମୋବାଇଲ ନମ୍ବର ଟ୍ରାକିଂ କରୁଥିବା ବେଳେ ଅଭିଯୁକ୍ତଙ୍କ ଗତିବିଧି ଉପରେ ମଧ୍ୟ କଡା ନଜର ରଖିଥିବା କୁହାଯାଇଛି । ବୁଧବାର ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରିଛି । ଅନ୍ୟପଟେ ଘଟଣାର କିଛି ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ପ୍ରକାରେ ଅଭିଯୁକ୍ତଙ୍କୁ ପୋଲିସ ଚିହ୍ନଟ କରିଛି। ସେ ରହୁଥିବା ଗୁଡ୍ସ ଶେଡ଼ରେ ଚଢାଉ କରି ଅଭିଯୁକ୍ତଙ୍କ ଏକ ଫୋଟୋ ପୋଲିସ ଜବତ କରିଛି।
ଘଟଣାରୁ ପ୍ରକାଶ, ମଙ୍ଗଳବାର ରାତିରେ ଅନିଲ ରେଳଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମ ପଟକୁ ଯାଉଥିବା ବେଳେ ଜଣେ ଯୁବକ ତାଙ୍କୁ ଅଟକାଇ ପ୍ରଥମେ ତାଙ୍କ ସହ ଝଗଡ଼ା କରିଥିଲେ। ପରେ ସେ ଧରିଥିବା ଏକ ଧାରୁଆ ଅସ୍ତ୍ରରେ ଅନିଲଙ୍କ ଗଳାକାଟି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri