ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣିହାଁ,୧୯।୯(ଡି.ଏନ.ଏ.)- କଣିହାଁ ଥାନା ପୋଲିସ ଗୁରୁବାର ଡେରେଙ୍ଗ ଗ୍ରାମର ଜଣେ ବିବାହିତ ଯୁବକଙ୍କ ଅର୍ଦ୍ଧ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି, ଡେରେଙ୍ଗ ଗ୍ରାମର ଯୁବକ ତପନ ସାହୁ ୪ ବର୍ଷ ପୂର୍ବେ ପରଜଙ୍ଗ ଥାନା ଅଞ୍ଚଳରେ ବିହାହ କରିଥିଲେ। ଦାମ୍ପତ୍ୟ କଳହକୁ ନେଇ ତାଙ୍କ ସ୍ତ୍ରୀ ୨ ବର୍ଷ ହେବ ବାପ ଘରେ ରହୁଛନ୍ତି। ତପନ ଘର ପାଖରେ ଏକ ଦୋକାନ କରି ଚଳୁଥିଲେ। ବୁଧବାର ରାତିରେ ସାଙ୍ଗଙ୍କ ସହ ଭୋଜି ପରେ ଘରକୁ ଆସି କବାଟ ବନ୍ଦ କରି ଫ୍ୟାନରେ ଶାଢିବାନ୍ଧି ଆତ୍ମହତ୍ୟା କରିଥିଲେ। ଗୁରୁବାର କବାଟ ଭଙ୍ଗାଯାଇ ତାଙ୍କ ଅର୍ଦ୍ଧ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ଏ ନେଇ ନଂ. ୭/୧୯ରେ ଏକ ମାମଲା ରୁଜୁ କରାଯାଇ ତାଳଚେର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?