ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ : ଡାକ୍ତରଖାନାରେ ଭର୍ତ୍ତି, ପୋଲିସର ଛାନ୍‌ଭିନ

ବୀରମହାରାଜପୁର,୧୦ା୬(ଡି.ଏନ୍‌.ଏ.) : ଗରମ ଯୋଗୁ ଘର ଛାତ ଉପରେ ଶୋଇଥିବା ଜଣେ ବିବାହିତ ଯୁବକଙ୍କ ଉପରେ ସଶସ୍ତ୍ର ଆକ୍ରମଣ ହୋଇଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧିନସ୍ଥ କର୍ଣ୍ଣପାଲି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏଭଳିି ଘଟଣା ଘଟିଛି। ଦୁର୍ବୃତ୍ତଙ୍କ ଧାରୁଆ ଅସ୍ତ୍ରରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ସେହି ଗ୍ରାମର ବାସୁଦେବ ଖଣ୍ଡଗିରି (୩୨)। ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାରେ ପ୍ରଥମେ ଭର୍ତ୍ତି କରାଯାଇଥିବାବେଳେ ଅବସ୍ଥା ସଂଗୀନ ହେବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ବୀରମହାରାଜପୁର ପୋଲିସ ଏନେଇ ଏକ ହତ୍ୟା ଉଦ୍ୟମ ମାମଲା କେସ ନଂ ୧୧୨/୧୯ରେ ରୁଜୁ କରି ଛାନ୍‌ଭିନ ଚଳାଇଛି। ମିଳିଥିବା ସୂଚନା ଅନୁଯାୟୀ, ବାସୁଦେବ ଖଣ୍ଡରିରି ନାମକ ଏହି ଯୁବକ ଅତ୍ୟଧିକ ଗରମ ଯୋଗୁ ସ୍ତ୍ରୀ ପ୍ରଭାତୀଙ୍କ ସହ ଘର ଛାତ ଉପରେ ଶୋଇଥିଲେ। ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବାହାର ପଟୁୁ ଶିଡ଼ି ଯୋଗେ ଆସି କୋଣସି ଧାରୁଆ ଅସ୍ତ୍ର ଯୋଗେ ବାସୁଦେବଙ୍କ ତଣ୍ଟି କାଟିଥିଲେ। ତେବେ ପାଖରେ ଶୋଇଥିବା ତାଙ୍କ ସ୍ତ୍ରୀ ଚିତ୍କାର କରିବାରୁ ଖସି ପଳାଇଥିବା କୁହାଯାଉଛି। ପ୍ରଭାତୀଙ୍କ ଏତଲା କ୍ରମେ ବୀରମହାରାଜପୁର ଆଇଆଇସି ପ୍ରଭା ଧନ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଛାତ ଉପରେ ପଡ଼ିଥିବା ରକ୍ତାକ୍ତ ଲୁଗା ସହ ଅଜଣା ବ୍ୟକ୍ତିଙ୍କ ଚପଲ ଓ ଏକ ମନିପର୍ସ ପୋଲିସ ଜବତ କରି ଅଧିକ ତଦନ୍ତ ଚଳାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri