ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ପରିଚୟ ମିଳିି ନ ଥିବା ବେଳେ ପୋଲିସ ପାଇଁ ଏହା ଏକ ବଡ ଚାଲେଞ୍ଜ ହୋଇଛି। ଘଟଣାର ମାସକ ପରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଏହା ଏକ ହତ୍ୟା ମାମଲା ବୋଲି ଦର୍ଶାଯାଇଥିଲା। ତାହାକୁ ଆଧାର କରି ପୋଲିସ ହତ୍ୟାକାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତି କରିଛି। ଘଟଣା ଦିନ ପୋଲିସର ହସ୍ତଗତ ହୋଇଥିବା କେତେକ ତଥ୍ୟକୁ ଆଧାର କରି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରାଯାଉଥିବା ଜଣାପଡିଛି। ମୃତ ଯୁବକ ଜଣକ କେଉଁଠୁ ଆସିଥିଲେ ଏବଂ ତାଙ୍କୁ କିଏ ଓ କାହିଁକି ହତ୍ୟା କଲେ ସେ ନେଇ ପୋଲିସ ଏବେ ତନାଘନା ଚଳାଇଛି।
ଘଟଣାରୁ ପ୍ରକାଶ, ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋଷାଣୀନୂଆଗଁା ପୋଲିସ ଗତ ଡିସେମ୍ବର ୪ରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିଲା। ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ (୩୫) ହେବ ବୋଲି ପୋଲିସ କହିଥିଲା। ମୃତଦେହ ଜବତ କରି ନଂ.୧୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ମୃତଦେହ ପଞ୍ଚନାମା ବେଳେ ଯୁବକଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ କ୍ଷତଚିହ୍ନ ରହିଥିବା ପୋଲିସ ଦେଖିବାକୁ ପାଇଥିଲା। ଏଣୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଥିଲା। ଯୁବକଙ୍କୁ ଅନ୍ୟ କେଉଁଁଠାରେ ହତ୍ୟାକରିବା ପରେ ଦୁର୍ବୃତ୍ତମାନେ ଜାତୀୟ ରାଜପଥ ଖଜୁରିଆ ବାଇପାସ୍ ନିକଟ ଏକ କିଆରିରେ ଫୋପାଡ଼ି ଦେଇଥିଲେ ବୋଲି ପୋଲିସ ସେହି ସମୟରେ ସନ୍ଦେହ କରିଥିଲା। ଅନ୍ୟପଟେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏହା ଅପମୃତ୍ୟୁ ନା ହତ୍ୟା ତାହା ସ୍ପଷ୍ଟ ହୋଇଯିବ ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ କହିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
Archives


