ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ମାସେ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ପରିଚୟ ମିଳିି ନ ଥିବା ବେଳେ ପୋଲିସ ପାଇଁ ଏହା ଏକ ବଡ ଚାଲେଞ୍ଜ ହୋଇଛି। ଘଟଣାର ମାସକ ପରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଏହା ଏକ ହତ୍ୟା ମାମଲା ବୋଲି ଦର୍ଶାଯାଇଥିଲା। ତାହାକୁ ଆଧାର କରି ପୋଲିସ ହତ୍ୟାକାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତି କରିଛି। ଘଟଣା ଦିନ ପୋଲିସର ହସ୍ତଗତ ହୋଇଥିବା କେତେକ ତଥ୍ୟକୁ ଆଧାର କରି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରାଯାଉଥିବା ଜଣାପଡିଛି। ମୃତ ଯୁବକ ଜଣକ କେଉଁଠୁ ଆସିଥିଲେ ଏବଂ ତାଙ୍କୁ କିଏ ଓ କାହିଁକି ହତ୍ୟା କଲେ ସେ ନେଇ ପୋଲିସ ଏବେ ତନାଘନା ଚଳାଇଛି।
ଘଟଣାରୁ ପ୍ରକାଶ, ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋଷାଣୀନୂଆଗଁା ପୋଲିସ ଗତ ଡିସେମ୍ବର ୪ରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିଲା। ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ (୩୫) ହେବ ବୋଲି ପୋଲିସ କହିଥିଲା। ମୃତଦେହ ଜବତ କରି ନଂ.୧୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ମୃତଦେହ ପଞ୍ଚନାମା ବେଳେ ଯୁବକଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ କ୍ଷତଚିହ୍ନ ରହିଥିବା ପୋଲିସ ଦେଖିବାକୁ ପାଇଥିଲା। ଏଣୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଥିଲା। ଯୁବକଙ୍କୁ ଅନ୍ୟ କେଉଁଁଠାରେ ହତ୍ୟାକରିବା ପରେ ଦୁର୍ବୃତ୍ତମାନେ ଜାତୀୟ ରାଜପଥ ଖଜୁରିଆ ବାଇପାସ୍‌ ନିକଟ ଏକ କିଆରିରେ ଫୋପାଡ଼ି ଦେଇଥିଲେ ବୋଲି ପୋଲିସ ସେହି ସମୟରେ ସନ୍ଦେହ କରିଥିଲା। ଅନ୍ୟପଟେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏହା ଅପମୃତ୍ୟୁ ନା ହତ୍ୟା ତାହା ସ୍ପଷ୍ଟ ହୋଇଯିବ ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?