ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ହାଟଡିହୀ ଗ୍ରାମର ଗୋପୀନାଥ ନାଏକ (୩୫)।
ସୂଚନାନୁଯାୟୀ, ଗୋପୀନାଥ ଶନିବାର ରାତିରେ ୩ ଜଣ ଯୁବକଙ୍କ ସହ ସରୁଶୋଳ ଗ୍ରାମକୁ ଆସି ଘରକୁ ଫେରି ନ ଥିଲେ। ବହୁ ଖୋଜାଖୋଜି ପରେ ତାଙ୍କର ପତ୍ତା ମିଳି ନଥିଲା। ରବିବାର ମୃତଦେହ ପଡିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଗୋପୀନାଥଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଦେଖି ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଅପରପକ୍ଷେ ଉକ୍ତ ଯୁବକମାନେ ଫେରାର ଥିବା ଜଣାପଡିଛି। ବେତନଟୀ ପୋଲିସ ୧୦୪/୧୯ରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri