ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବାଲେଶ୍ୱର ଅଫିସ, ୧୦।୪: ବାଲେଶ୍ବର ସଦର ଥାନା ଶୋଇପୁରରୁ ଶନିବାର ପୂର୍ବାହ୍ନରେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଶେଖପାଟଣା ଅଞ୍ଚଳର ଚକ୍ରଧର ବାରିକ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଚକ୍ରଧରଙ୍କୁ କେହି ମାରି ଫିଙ୍ଗିଦେଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି ।