ଚଣ୍ଡିଖୋଲ,୧୨ା୬(ଡି.ଏନ.ଏ.)- ବଡ଼ଚଣା ଥାନା ଅନ୍ତର୍ଗତ ଦେଉଳକୁର ଗ୍ରାମର ରମାକାନ୍ତ ପ୍ରଧାନ(୩୭)ଙ୍କର ମୃତ୍ୟୁ ମଙ୍ଗଳବାର ଢେଙ୍କାନାଳ ଜିଲା ନିହାଲପ୍ରସାଦ ଥାନା ଅନ୍ତର୍ଗତ ବାଲିସାହି ଗ୍ରାମରେ ମୃତ୍ୟୁ ହୋଇଛି। ରମାକାନ୍ତଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ବାପା ଦିବାକର ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ପ୍ରକାଶ ଯେ, ମୃତ ରମାକାନ୍ତ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ସ୍ତ୍ରୀଙ୍କ ସହ ଢେଙ୍କାନଳ ଜିଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ବାଲିସାହି ଗ୍ରାମର ବିନୋଦିନୀ ବଳଙ୍କ ଘରେ ଭଡ଼ା ନେଇ ରହୁଥିଲେ। ମଙ୍ଗଳବାର ସକାଳ ୧୦ଟାରେ ପ୍ରକାଶ ବାବୁ ନାମକ ଜଣେ ଯୁବକ ରାମାକାନ୍ତ ମୃତ୍ୟୁ ହୋଇଥିବା ନେଇ ଦିବାକରଙ୍କୁ ଖବର ଦେଇଥିଲେ। ଖବରପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିବାବେଳକୁ ମୃତଦେହ ତଳେ ପଡିଥିବା ଦେଖିଥିଲେ। ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବା ଦେଖିବାକୁ ମିଳିଥିଲା। ରମାକାନ୍ତ ଫ୍ୟାନ୍ରେ ଶାଢି ବାନ୍ଧି ଆମତ୍ହତ୍ୟା କରିଥିବା ତାଙ୍କ ସ୍ତ୍ରୀ କହୁଥିବାବେଳେ ବେକରେ କୌଣସି କ୍ଷତଚିହ୍ନ ନ ଥିବା ଯୋଗୁ ପରିବାର ଲୋକଙ୍କର ସନ୍ଦେହ ହୋଇଥିଲା। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦିବାକର ନିହଲପ୍ରସାଦ ଥାନାରେ ଏକ ଲିଖିତ ଅଭିଯୋଗ କରିବା ସହ ତଦନ୍ତ ଦାବି କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୫୩/୧୯) ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।
ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ
ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…
ବାଇକରେ ଯାଉଥିବାବେଳେ ହଠାତ୍ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…
ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…
ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ
ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…
ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…
ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ…
ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ
ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…
କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ
କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…
Archives

