ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ

ଶେରଗଡ଼, ୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଉକ୍ତ ଗ୍ରାମର ଅକୃର ନାହାକ(୩୨)। ଶେରଗଡ଼ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛନ୍ତି। ଘଟଣାସ୍ଥଳରେ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଶେରଗଡ଼ ଥନାାଧିକାରୀ ରମେଶ ଚନ୍ଦ୍ର ଦାସ ସଦଳବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶେରଗଡ଼ ଥାନା କେଶ ନଂ ୪୬/୨୦ ପ୍ରକାରେ ଏକ ହତ୍ୟା ମାମଲା ରୁଜୁ କରିଛି।

ସନ୍ଧ୍ୟାରେ ଖାଇ ସାରିବା ପରେ ଅକୃର ଗାଁ ଛକ ଚଉରା ପାଶର୍‌ବରେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ କାତିରେ ଆକ୍ରମଣ କରିବା ପରେ ତାଙ୍କ ଜଙ୍ଘକୁ ହାଣି ଦେଇଛନ୍ତି। ଏପରିକି ହତ୍ୟା କରିବା ପରେ ମୃତଦେହକୁ ନିକଟରେ ଥିବା ପୋଖରୀକୁ ଫିଙ୍ଗିଦେଇ ଫେରାର ହୋଇ ଯାଇଥିବା ପୋଲିସ ସନ୍ଦେହ କରୁଛି। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ସହ ସନ୍ଧାନୀ କୁକୁର ପହଞ୍ଚି ତଦନ୍ତ ସାରି ଫେରିଛନ୍ତି। ପ୍ରାଥମିକ ତଦନ୍ତରୁ ହତ୍ୟା କରିବା ନିମନ୍ତେ ଯୋଜନା କରାଯାଇଥିବା ସନ୍ଦେହ କରାଯାଉଥିବା ଏସ୍‌ଡିପିଓ ପ୍ରଧାନ କହିଛନ୍ତି। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର ମୁଖ୍ୟ କାରଣ ବୋଲି ପୋଲିସ ଅନୁମାନ କରିଛି। ତଦନ୍ତ ଜାରି ରହିଛି । ଶୀଘ୍ର ହତ୍ୟାର କାରଣ ଓ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଏସ୍‌ଡିପିଓ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri