ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ନିଜାପୁରା ଗ୍ରାମର ଭବାନୀ ଶଙ୍କର ବାରିକ(୩୬)। ତାଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଭବାନୀଙ୍କୁ ଝାରପଡା ଜେଲ୍‌କୁ ପଠାଇ ଦିଆଯାଇଛି ା
ମୁତାବକ, ଭବାନୀ ଲିଙ୍ଗରାଜ ଥାନା ପୁରୁଣା ଭୁବନେଶ୍ୱରର ବୈଶିଷ୍ଟନଗରରେ ରୁହନ୍ତି ା ସେ ନୟାପଲ୍ଲୀ ଥାନା ସାଲିଆ ସାହି ଅଞ୍ଚଳର ଜଣେ ଯୁବତୀ କୌଣସି ଏକ ଜରୁରୀ ସମୟରେ ତାଙ୍କ ମୋବାଇଲ୍‌ ଫୋନ୍‌ରୁ କଲ୍‌ କରିଥିଲେ। ଏହାପରେ ଭବାନୀ ସେହି ନମ୍ବରରେ ଯୁବତୀଙ୍କ କଲ୍‌ କରି ବାରମ୍ବାର କଥା ହେବା ସହ ଏକ ତରଫା ଭଲ ପାଉଥିଲେ। ପରବର୍ତ୍ତୀ ସମୟରେ ଭବାନୀ ଉକ୍ତ ଯୁବତୀଙ୍କୁ ବିବାହ କରିବାକୁ ତାଙ୍କ ପରିବାର ଲୋକଙ୍କୁ ଜଣାଇବାରୁ ସେମାନେ ବିରୋଧ କରିଥିଲେ। ଶେଷରେ ନିରାଶ ହୋଇ ଅଭିଯୁକ୍ତ ଭବାନୀ ଗତ ମଙ୍ଗଳବାର ଉକ୍ତ ଯୁବତୀଙ୍କୁ ନୟାପଲ୍ଲୀ ଟ୍ରାପିକ ଛକ ନିକଟରେ ଅଟକାଇ ଅପହରଣ ଉଦ୍ୟମ କରିଥିଲେ। ଯୁବତୀଙ୍କୁ ଏକ କାର ଭିତରକୁ ନେବାକୁ ଟଣାଓଟରା କରିଥିଲା। ଯୁବତୀ ଜଣକ ପାଟି କରିବାରୁ ଲୋକେ ସେଠାରେ ପହଞ୍ଚତ୍ୟିବାରୁ ଭବାନୀ ଫେରାର ହୋଇଯାଇଥିଲେ। ଏ ନେଇ ଯୁବତୀ ଜଣକଥାନରେ ଅଭିଯୋଗ କରିବା ପରେ ପୋଲିସ ୯୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri