ଯୁବତୀଙ୍କୁ ଟ୍ରେନ୍‌ରୁ ମୃତ୍ୟୁମୁଖରୁ ବଞ୍ଚାଇବା ଘଟଣା: କଣ୍ଟିଲୋର ସୁବ୍ରତଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଖଣ୍ଡପଡା,୧୮।୨(ସ୍ବ.ପ୍ର.)- ନୟାଗଡ ଜିଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ହାଟମୁଣ୍ଡପାଟଣା ଗ୍ରାମର ସୁବ୍ରତ କୁମାର ମହାରଣା(ସିଲୁ) ତଥା ରେଲୱେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ଭୁବନେଶ୍ୱରର କନଷ୍ଟେବଳ ଶନିବାର ସନ୍ଧ୍ୟାରେ ଉପସ୍ଥିତ ବୁଦ୍ଧି ଖଟାଇ ଜଣେ ଯୁବତୀଙ୍କୁ ଯେପରି ନିଶ୍ଚିତ ମୃତ୍ୟୁମୁଖରୁ ବଞ୍ଚାଇଲେ ତାହା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କର ମାନବିକତା କଣ୍ଟିଲୋ ଗ୍ରାମ ତଥା ଜିଲା ପାଇଁ ଗର୍ବ ଆଣିଦେଇଛି । ସୁବ୍ରତଙ୍କୁ ବିଭିନ୍ନ ବ୍ୟକ୍ତିବିଶେଷ ଶୁଭେଚ୍ଛାର ବାର୍ତ୍ତା ପଠାଉଥିବାବେଳେ ସମ୍ବର୍ଦ୍ଧିତ ମଧ୍ୟ କରୁଛନ୍ତି। ସୋମବାର ରେଲୱେ ପୋଷ୍ଟ ଭୁବନେଶ୍ୱରଠାରେ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀମାନଙ୍କ ଉପସ୍ଥିତିରେ କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି ତାଙ୍କୁ ସାକ୍ଷାତ କରି ତାଙ୍କର ମାନବିକତା, ସାହସିକତା ପାଇଁ ସମ୍ବର୍ଦ୍ଧିତ କରିଛନ୍ତି। ସେହିପରି ପୂର୍ବାହ୍ନରେ ନୀଳମାଧବ ଜୀଉଙ୍କ ଦର୍ଶନରେ ଆସିଥିବା କେତେକ ଯାତ୍ରୀ ତାଙ୍କର କାର୍ଯ୍ୟ ସମ୍ପର୍କରେ ଜାଣି ତାଙ୍କୁ ମନ୍ଦିର ନିକଟରେ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରିଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟା ପ୍ରାୟ ୫ଟାରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଜନୈକା ଆଇଟି ଅଧ୍ୟାପିକା ନିବେଦିତା ସାହୁ(୨୫) ଏବଂ ତାଙ୍କ ସାନଭାଇ ଢେଙ୍କାନାଳ(ମେରାମଣ୍ଡଳୀ ଷ୍ଟେଶନ) ଯିବା ପାଇଁ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚତ୍ବା ବେଳକୁ ପୁରୀ-ସମ୍ବଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ଟି ପ୍ଲାଟଫର୍ମ ଛାଡୁଥିଲା । ନିବେଦିତାଙ୍କର ନିର୍ବନ୍ଧ ଥିବାରୁ ବ୍ୟସ୍ତତା ମଧ୍ୟରେ ଉଭୟେ ଚଳନ୍ତା ଟ୍ରେନରେ ଚଢିଯାଉଥିବାବେଳେ ନିବେଦିତାଙ୍କ ଗୋଡ ଖସି ଯାଇଥିଲା । ଏହି ସମୟରେ ଉକ୍ତ ପ୍ଳାଟଫର୍ମରେ ଯାଉଥିବା କାର୍ଯ୍ୟରତ କନଷ୍ଟେବଳ ସୁବ୍ରତଙ୍କ ନଜର ତାଙ୍କ ଉପରେ ପଡିବାକ୍ଷଣି ସେ ଉପସ୍ଥିତ ବୁଦ୍ଧି ଖଟାଇ ଦୌଡିଯାଇ ଟ୍ରେନରେ ଓହଳି ଓ ଘୋଷାଡି ହୋଇ ଯାଉଥିବା ନିବେଦିତାଙ୍କୁ ପ୍ଳାଟଫର୍ମ ଆଡକୁ ଟାଣି ଆଣିଥିଲେ । ଫଳରେ ସେ ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ । ସୁବ୍ରତଙ୍କ ମଣିଷ ପଣିଆ ଓ ସାହସିକତା ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri