ଯୁବତୀଙ୍କୁ ପ୍ରତାରଣା: ସରପଞ୍ଚ ଗିରଫ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବୌଦ୍ଧ ଜିଲା ମୁଣ୍ଡିପଦର ସରପଞ୍ଚ ଅନ୍ତର୍ଯାମୀ ସାହୁଙ୍କୁ ଚନ୍ଦ୍ରଶେଖରପୁର ପୋଲିସ ସୋମବାର ଗିରଫ କରିଛି। ଜଣେ ଯୁବତୀଙ୍କୁ ପ୍ରତାରଣା ଦେଇଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଡମଣା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ଅନ୍ତର୍ଯାମୀ ହନୁମାନ ସାଧକ ଥିଲେ। ଜଣେ ସମ୍ପର୍କୀୟଙ୍କର ସାହାଯ୍ୟରେ ସେ ତାଙ୍କ ସହ ପରିଚିତ ହୋଇଥିଲେ। ପରେ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଅନ୍ତର୍ଯାମୀ ପୂର୍ବରୁ ବିବାହ କରିଥିଲେ ଏବଂ ସ୍ତ୍ରୀ ଗାଁ ଥିବାବେଳେ ସେ ଏହାକୁ ଯୁବତୀ ଆଗରେ ଲୁଚାଇଥିଲେ। ଅନ୍ତର୍ଯାମୀ ଯୁବତୀଙ୍କୁ ଏକ ମନ୍ଦିରରେ ବିବାହ କରି ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏକ ଘରଭଡା ନେଇ ରହୁଥିଲେ। ଯୁବତୀ ଜଣଙ୍କ ତାଙ୍କୁ ଗାଁକୁ ନେବା ପାଇଁ କହୁଥିଲେ ମଧ୍ୟ ଅନ୍ତର୍ଯାମୀ ବିଭିନ୍ନ ଆଳ ଦେଖାଇ ଏହାକୁ ଏଡାଇ ଯାଉଥିଲେ। ସନ୍ଦେହ ହେବାରୁ ଯୁବତୀ ଜଣଙ୍କ ଅନ୍ତର୍ଯାମୀଙ୍କ ବିଷୟରେ ଅଧିକ ତଥ୍ୟ ହାସଲ ପାଇଁ ଚେଷ୍ଟା କରିଥିଲେ। ପରେ ସେ ବିବାହିତ ବୋଲି ଜାଣିବାକୁ ପାଇଥିଲେ। ଅନ୍ତର୍ଯାମୀ ତାଙ୍କୁ ଧୋକା ଦେଇଥିବା ଯୁବତୀ ଜଣଙ୍କ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ଆଧାରରେ ପୋଲିସ ଅନ୍ତର୍ଯାମୀଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri