ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଫେରାର ଅଭିଯୁକ୍ତ ଗିରଫ

ତିହିଡ଼ି, ୮।୯ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ରାଜନଗର ପଞ୍ଚାୟତ ଅଧୀନ ଚାରିତରଫ ଗ୍ରାମର ସାବିତ୍ରୀ ମହାକୁଡ଼ ନାମ୍ନୀ ଜଣେ ଯୁବତୀଙ୍କୁ ଗତ ମାସ ୨୯ ତାରିଖ ରାତିରେ ବଳାତ୍କାର ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା(ନଂ.୩୯୦/୧୯) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଏହି ଘଟଣାରେ ଫେରାର ଥିବା ଅଭିଯୁକ୍ତ ବାହାରପାଳ ଗ୍ରାମର ଜଗବନ୍ଧୁ ପଲେଇଙ୍କୁ ରବିବାର ପୋଲିସ ଗିରଫ କରିଛି। ଜଗବନ୍ଧୁ କଲିକତାରୁ ଘରକୁ ଫେରୁଥିବା ବେଳେ କମାରିଆ ବଜାର ନିକଟରେ ପୋଲିସ ତାଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।
ଉଲ୍ଲେଖନୀୟ ଯେ, ଗତ ୨୯ ତାରିଖ ସନ୍ଧ୍ୟାରେ ସାବିତ୍ରୀ କେଉଁଆଡ଼େ ଚାଲି ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ପରେ ବାହାରପାଳ ଗ୍ରାମର ଜଣେ ଯୁବକଙ୍କ ବାଇକ୍‌ରେ ବସି ସାବିତ୍ରୀ ଗଦି ଆଡ଼କୁ ଯାଇଥିବା ତାଙ୍କ ବାପା ଭାଗୀରଥି କେତେକ ଗ୍ରାମବାସୀଙ୍କଠାରୁ ଖବର ପାଇଥିଲେ। ପରେ ସେ ବିଭିନ୍ନ ଆଡ଼େ ସନ୍ଧାନ ନେଇଥିଲେ ମଧ୍ୟ ସାବିତ୍ରୀଙ୍କର କୌଣସି ଖୋଜଖବର ପାଇ ନ ଥିଲେ। ପରଦିନ ସକାଳେ ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକ୍‌ସାହି ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଥିବା ଏବଂ ବ୍ୟବଚ୍ଛେଦ ପାଇଁ ନିଆଯାଇଥିବା ଜାଣିବା ପରେ ସେ ଭଦ୍ରକ ଡାକ୍ତରଖାନାକୁ ଯାଇଥିଲେ। ତାଙ୍କ ଝିଅର ମୃତଦେହ ହୋଇଥିବା ଭାଗୀରଥି ଚିହ୍ନଟ କରିଥିଲେ। ପରେ ସେ ଜଗବନ୍ଧୁ ସାବିତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ମାତ୍ର ଜଗବନ୍ଧୁ ଫେରାର ଥିବାରୁ ପୋଲିସ ତାଙ୍କୁ ଗିରଫ କରିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri