ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ

ଅନୁଗୋଳ ଅଫିସ୍‌, ୧୭।୩

ଅନୁଗୋଳ ଜିଲା କିଶୋରନଗର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ଗଁାର ଜଣେ ଲୋକ ପ୍ରତିନିଧି ମଧ୍ୟପ୍ରଦେଶ ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ କିଶୋରନଗର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଯୁବତୀଙ୍କ ପରିବାର ଅନୁଗୋଳ ଏସ୍‌ପିଙ୍କୁ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ, କିଶୋରନଗର ଅଞ୍ଚଳରୁ ବାହାର ରାଜ୍ୟକୁ ଯୁବତୀ ଓ ମହିଳାଙ୍କୁ ଚାଲାଣ କରାଯାଉଛି। ଗତ ୭ ତାରିଖରେ ସମ୍ପୃକ୍ତା ଯୁବତୀଙ୍କ ମା’ ବାପା ଘରେ ନ ଥିବାବେଳେ ସ୍ଥାନୀୟ ଲୋକପ୍ରତିନିଧି ଓ ତାଙ୍କର କିଛି ମହିଳା ସହଯୋଗୀ ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି କରି ଦେଇଛନ୍ତି। ଏ ନେଇ କିଶୋରନଗର ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କର୍ଣ୍ଣପାତ କରୁ ନ ଥିବା ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ସେହି ଅଞ୍ଚଳର ଅନ୍ୟ ଜଣେ ଯୁବତୀ, ଜଣେ ମହିଳାଙ୍କ ସମେତ ମୋଟ ୫ ଜଣଙ୍କୁ ମଧ୍ୟ ବାହାରକୁ ଚାଲାଣ କରାଯାଇଥିବା ସମ୍ପୃକ୍ତ ଅଞ୍ଚଳର ମହିଳାମାନେ ଏସ୍‌ପିଙ୍କୁ ଜଣାଇଛନ୍ତି। ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରିବା ସହ ଯୁବତୀମାନଙ୍କୁ ଫେରାଇ ଆଣିବାକୁ ଅଞ୍ଚଳର ମହିଳାମାନେ ଏସ୍‌ପିଙ୍କୁ ନିବେଦନ କରିଛନ୍ତି। ଘଟଣାର ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri