ଯୁବତୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଖଣ୍ଡି ଗ୍ୟାଙ୍ଗର ମୁଖ୍ୟ ସମେତ ୬ ଗଲେ ଜେଲ

ବ୍ରହ୍ମପୁର ଅଫିସ,୧୮ା୮-ବ୍ରହ୍ମପୁର ବଡବଜାର ଥାନା ଲକ୍ଷ୍ମୀନୃସିଂହ ସାହିରେ ୬ ଜଣ ଦୁର୍ବୃତ୍ତ ଆତଙ୍କ ଚଳାଇବା ସହ ବାଲବଚା ଗ୍ୟାଙ୍ଗର ମୁଖ୍ୟ ଲବ ସେଠୀଙ୍କୁ ନ ପାଇ ତାଙ୍କ ଭଉଣୀ କାମିନୀଙ୍କୁ ଖଣ୍ଡାରେ ହାଣି ଗୁରୁତର କରିଥିଲେ। ଏହି ଘଟଣାରେ ପୋଲିସ ଖଣ୍ଡି ଗ୍ୟାଙ୍ଗର ମୁଖ୍ୟ ନାରାୟଣ ବେହେରା ଓରଫ ଖଣ୍ଡି, ନୀଳାଚଳ ବେହେରା ଓରଫ କାଳିଆ, ଲକି ପାଢ଼ୀ, କାଳିଆ ଡାକୁଆ, ରାମ ପଣ୍ଡା ଓ ଶମ୍ଭୁ ମହାରଣାଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଘଟଣା ପରେ ଅଭିଯୁକ୍ତମାନେ ଲୁଚାଇ ରଖିଥିବା ୨ଟି ଖଣ୍ଡା ଜବତ କରାଯାଇଥିବା ସେ କହିଛନ୍ତି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।
ପ୍ରକାଶ ଯେ, ୨୦୧୭ରେ ଲବ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀର ଖଣ୍ଡି ଓ ତାଙ୍କ ସହଯୋଗୀଙ୍କୁ ଆକ୍ରମଣ କରିଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ନାରାୟଣ ସୁଯୋଗ ଖୋଜୁଥିଲେ। ଗତ ୧୫ ତାରିଖ ରାତିରେ ଲବ ଦାଣ୍ଡରେ ଠିଆ ହୋଇଥିବା ବେଳେ ଖଣ୍ଡି ଗୋଷ୍ଠୀର ୬ଜଣ ୨ଟି ବାଇକ୍‌ରେ ସେଠାରେ ପହଞ୍ଚିଥିଲେ। ଦୁର୍ବୃତ୍ତମାନେ ଖଣ୍ଡା ଧରି ଲବଙ୍କୁ ହାଣିବା ପାଇଁ ଗୋଡ଼ାଇ ଥିଲେ। ହେଲେ ସେଠାରେ ଥିବା ତାଙ୍କ ଭଉଣୀ କାମିନୀ ଭାଇଙ୍କୁ ଘର ଭିତରକୁ ଯିବାକୁ କହି ଦୁର୍ବୃତ୍ତଙ୍କୁ ଅଟକାଇଥିଲେ। ଲବ ଖସି ପଳାଇବାରୁ ଅଭିଯୁକ୍ତମାନେ ରାଗରେ କାମିନୀଙ୍କୁ ଖଣ୍ଡାରେ ହାଣି ଦେଇଥିଲେ। ପୋଲିସ ଗୁରୁତର ଅବସ୍ଥାରେ କାମିନୀଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ପରେ ଲବଙ୍କ ଅଭିିଯୋଗ କ୍ରମେ ନଂ.୧୩୩/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri