Posted inଖେଳ

ଯୁବିଙ୍କ ଦମ୍‌ରେ ଜିତିଲା ଟରୋଣ୍ଟୋ

ନୂଆଦିଲ୍ଲୀ,୨୮।୭(ପିଟି)- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି) ବିସ୍ଫୋରକ ବ୍ୟାଟିଂ ଯୋଗୁ ଟରୋଣ୍ଟୋ ନ୍ୟାଶନାଲ୍ସ ଚଳିତ ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ରେ ପ୍ରଥମ ବିଜୟ ହାସଲ କରିଛି। ବ୍ରମ୍ପଟନଠାରେ ଶନିବାର ଏଡ୍‌ମଣ୍ଟନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଯୁବି ୨୧ ବଲରୁ ୩୫ ରନ୍‌ ବିସ୍ଫୋରକ ଇନିଂସ ଖେଳିଛନ୍ତି। ତାଙ୍କର ଏହି ଇନିଂସରେ ୩ ଛକା ଓ ସମାନ ସଂଖ୍ୟକ ଚୌକା ସାମିଲ ଥିଲା। ଯୁବିଙ୍କ ଇନିଂସ ଯୋଗୁ ଟରୋଣ୍ଟୋ ୧୯୨ ରନ୍‌ର ବିଜୟ ଲକ୍ଷ୍ୟକୁ ୧୩ ବଲ ପୂର୍ବରୁ ହାସଲ କରି ନେଇଥିଲା। ଯୁବିଙ୍କ ବ୍ୟତୀତ ହେନରିଚ କ୍ଲାସେନ ୪୫, ମନପ୍ରୀତ ଗୋନି ୧୨ ବଲରୁ ୩୩ ଓ ରବିନ୍ଦରପାଲ ସିଂ ୫ ବଲରୁ ୧୭ ରନ୍‌ କରିଥିଲେ। ଫଳରେ ଟରୋଣ୍ଟୋ ୧୭.୫ ଓଭରରେ ୮ ଉଇକେଟ ହରାଇ ୧୯୨ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ପୂର୍ବରୁ କେନ ଓ୍ବିଲିୟମସନଙ୍କ ଅନୁପସ୍ଥିତିରେ ଫାଫ ଡୁ’ପ୍ଲେସଙ୍କ ନେତୃତ୍ୱରେ ଏଡ୍‌ମଣ୍ଟନ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୯୧ ରନ୍‌ କରିଥିଲା। ଦଳ ପାଇଁ ବେନ କଟିଂ ୪୩, ଶାଦାବ ଖାନ ୩୬, ଅଧିନାୟକ ଡୁପ୍ଲେସି ୨୮ ଓ ଜେମ୍ସ ନିଶାମ ୨୦ ରନ୍‌ କରିଥିଲେ। ଉଲ୍ଲେଖଥାଉ କି ଭାଙ୍କୋଭର ବିପକ୍ଷ ଗତ ମ୍ୟାଚ୍‌ରେ ଯୁବିଙ୍କୁ ସଂଘର୍ଷ କରୁଥିବାର ଦେଖିବାକୁ ମିଳିଥିଲା। ସେ ୨୪ ବଲ ଖେଳି ୧୭ ରନ୍‌ କରିଥିଲେ। ଏଥିନେଇ ତାଙ୍କ ବ୍ୟାଟିଂ ଦକ୍ଷତା ଉପରେ ପ୍ରଶ୍ନ ଉଠିଥିଲା। ଅନ୍ୟ ଏକ ମ୍ୟାଚ୍‌ରେ ବ୍ରାମ୍ପଟନ ଓ୍ବଲଭ୍ସ ୧୦ ଉଇକେଟରେ ମଣ୍ଟ୍ରିଲ ଟାଇଗର୍ସକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ଈଶ ସୋଧି ୫ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri