ଯୁବ କଂଗ୍ରେସ ପକ୍ଷରୁ ଗାନ୍ଧୀଙ୍କ ତିରୋଧାନ ଦିବସ

ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ସେଠାରେ ଏକ ସଭା ହୋଇଥିଲା । ଲୋକସଭା ଯୁବ କଂଗ୍ରେସ ସଭାପତି ନନ୍ଦ କିଶୋର ଦାସ ଏଥିରେ ଅଧ୍ୟକ୍ଷତା କରି ଦେଶକୁ ସ୍ବାଧୀନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଗାନ୍ଧୀଙ୍କୁ ହତ୍ୟା କରାଗଲା । ତାଙ୍କ ସ୍ବପ୍ନର ଭାରତ କେବଳ ସ୍ବପ୍ନରେ ରହିଯାଇଛି । ଗାନ୍ଧିଜୀଙ୍କ ସତ୍ୟପଥକୁ ଅନୁକରଣ କରି ଦେଶକୁ ଆଗେଇ ନେବାକୁ ଏବେ ସମୟ ଆସିଛି ବୋଲି ସେ କହିଥିଲେ । ପରେ ଗାନ୍ଧୀ ସ୍ମୃତି ଭବନ ଏବଂ ମେଡିକାଲ ଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ନଗର କଂଗ୍ରେସ ସଭାପତି ବିଜୟ କୁମାର ମହାନ୍ତି, କଂଗ୍ରେସ ଏସ୍‌ସି ସେଲ ସଭାପତି ଶିବଶଙ୍କର ବେହେରା, ପୂର୍ବତନ ଛାତ୍ର ନେତା ଆଶିଷ କୁମାର ବେହେରା, ବଳଦେବ ବେହେରା, ବସନ୍ତ କୁମାର ପାଢ଼ୀ, ସାକିର ଖାଁଙ୍କ ସମେତ ବହୁ କଂଗ୍ରେସ କର୍ମୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri