‘ଯୁବ ସମାଜ ଦେଇ ପାରିବେ ଦିଗ୍‌ଦର୍ଶନ’

ବାସୁଦେବପୁର, ୧୪ା୮(ଡି.ଏନ୍‌.ଏ.)- ଯୁବ ସମାଜ ଉପରେ ଦେଶର ଭବିଷ୍ୟତ ନିର୍ଭର କରେ । ସେମାନେ ନିଜର ଦକ୍ଷତା କାର୍ଯ୍ୟ ବଳରେ ସମାଜକୁ ନୂତନ ଦିଗ୍‌ଦର୍ଶନ ଦେଇ ପାରିବେ ବୋଲି ଭଦ୍ରକ ଜିଲା ବାସୁଦେବପୁରସ୍ଥିତ ତୃପ୍ତି ମହିଳା ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପାଳିତ ବିଶ୍ୱ ଯୁବ ଦିବସ ସମାରୋହରେ ମତ ବ୍ୟକ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବାସୁଦେବପୁର ଅଞ୍ଚଳର ୬ଟି ମହାବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗଦେଇ ବିଶ୍ୱ ଯୁବ ଦିବସର ଗୁରୁତ୍ୱ ଓ ସମାଜ ଗଠନରେ ଯୁବକଙ୍କ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ୫୫ ଜଣ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବକ୍ତବ୍ୟ ରଖିଥିଲେ।
ପୂର୍ବାହ୍ନରେ ପ୍ରାୟ ୩ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ନିକଟସ୍ଥ ଗାଁ ଓ ସହର ପରିକ୍ରମା କରିଥିଲେ। ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ତୃପ୍ତି ମହିଳା ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ସୁରେଶ ଚନ୍ଦ୍ର ମହାନ୍ତି ଯୋଗ ଦେଇ ଯୁବ ସମାଜ ଉପରେ ଦେଶର ଭବିଷ୍ୟତ କିପରି ନିର୍ଭର କରୁଛି, ସେ ନେଇ ବକ୍ତବ୍ୟ ରଖିଥିଲେ। ରେଡ୍‌ରିବନ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କାଉନସିଲର ଶୈଳବାଳା ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ। ତୃପ୍ତି ମହିଳା ମହାବିଦ୍ୟାଳୟ ଡିଗ୍ରୀ ବିଭାଗ ଭାରପ୍ରାପ୍ତ ଅଧ୍ୟକ୍ଷ ପଙ୍କଜିନୀ ଦାଶ ସ୍ବାଗତ ଭାଷଣ ଦେଇଥିଲେ। ତୃପ୍ତି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସ୍ନିଗ୍ଧା ମହାନ୍ତି ସଭାରେ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ତୃପ୍ତି ମହିଳା ଡିଗ୍ରୀ ମହାବିଦ୍ୟାଳୟ, ତୃପ୍ତି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶହୀଦ ସ୍ମୃତି ଇରମ କନିଷ୍ଠ ମହାବିଦ୍ୟାଳୟ, ବାରାପୁର ଡିଗ୍ରୀ କଲେଜ, ବାରାପୁର କନିଷ୍ଠ କଲେଜ, ନବଘନ ମହାବିଦ୍ୟାଳୟ କରଞ୍ଜଆଡ଼ିଆର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri