ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ

ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି। ଲଣ୍ଡନରେ ଥିବା ଗ୍ରାଣ୍ଟଟ୍ରି ନାମକ କମ୍ପାନୀରେ ମିଳେ ଏହି ସୁବିଧା। ଉକ୍ତ କମ୍ପାନୀ ବ୍ୟବସାୟିକ କମ୍ପାନୀଗୁଡ଼ିକୁ ସରକାରୀ ଅର୍ଥ ଯୋଗାଇବାରେ ସାହାଯ୍ୟ କରିଥାଏ। ଗ୍ରାଣ୍ଟଟ୍ରି କମ୍ପାନୀରେ ଏବେ ୪୫ଜଣ କର୍ମଚାରୀ କାମ କରୁଛନ୍ତି। ଆଉ ସମସ୍ତ କର୍ମଚାରୀ ନିଜ ଦରମା ନିଜେ ସ୍ଥିର କରିଥାନ୍ତି। ଏମିତିକି ଏହି ଦରମାକୁ ସେମାନେ ନିଜ ଇଛାରେ ପରିବର୍ତ୍ତନ ମଧ୍ୟ କରିପାରନ୍ତି। କିନ୍ତୁ ଏଥିରେ କିଛି ନିୟମାବଳୀ ରହିଛି। ଦରମା ବର୍ଦ୍ଧିତ କରିବା ପୂର୍ବରୁ କର୍ମଚାରୀମାନଙ୍କୁ ଜାଣିବାକୁ ହେବ ଯେ ତାଙ୍କର ଏହି କାମ ପାଇଁ ଅନ୍ୟ କମ୍ପାନୀ କର୍ମଚାରୀମାନଙ୍କୁ କେତେ ବେତନ ଦେଉଛନ୍ତି। ଏଥିସହ ସେମାନେ ନିଜ କାମରେ କେତେ ଉନ୍ନତି କରିଛନ୍ତି ଏବଂ କମ୍ପାନୀ ତାଙ୍କୁ କେତେ ଅଧିକ ବେତନ ଦେଇପାରିବ ସେନେଇ କର୍ମଚାରୀଙ୍କୁ ବିଚାର ମଧ୍ୟ କରିବାକୁ ପଡ଼ିଥାଏ। ଏହାପରେ ଏମାନେ ଦରମା ବୃଦ୍ଧି ନେଇ କମ୍ପାନୀ ସମ୍ମୁଖରେ ପ୍ରସ୍ତାବ ରଖିଥାନ୍ତି ଏବଂ ଅନ୍ୟ ସହଯୋଗୀମାନେ ଏହାର ପୁର୍ନଃବିଚାର କରିଥାନ୍ତି। ତେବେ ସହଯୋଗୀ ଏହି ପ୍ରସ୍ତାବ ଉପରେ ହଁ କି ନାଁ କୁହନ୍ତି ନାହଁି ବରଂ ନିଜର ଫିଡବ୍ୟାକ ଦେଇଥାନ୍ତି। ଫିଡବ୍ୟାକ ଦେବା ପରେ କର୍ମଚାରୀମାନେ ନିଜର ଦରମା ନିଜେ ସ୍ଥିର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri