Posted inଫୁରସତ

ଯେଉଁଠି କଦଳୀ ଗଛକୁ ବିବାହ କରନ୍ତି ଝିଅ

ବିଶ୍ୱରେ ଏମିତି ଅନେକ ଦେଶ ଅଛି, ଯେଉଁଠି ବିଭିନ୍ନ ପ୍ରକାରର ଅଦ୍ଭୁତ ପରମ୍ପରା ପ୍ରଚଳିତ। ଏଭଳି ଏକ ଅଦ୍ଭୁତ ପରମ୍ପରା ରହିଛି ଆସାମର ସୋଲମାରୀ ଗାଁରେ। ଏଠାରେ ଝିଅମାନଙ୍କ ବିବାହ କଦଳୀ ଗଛ ସହ ସମ୍ପନ୍ନ କରାଯାଇଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଏହି ନିଆରା ବିବାହକୁ ‘ତୋଲିନି ବିବାହ’ କୁହାଯାଏ। ପରମ୍ପରା ଅନୁସାରେ, ଯେତେବେଳେ ଝିଅ ପିଲାଦିନ ଅତିକ୍ରମ କରି କିଶୋରାବସ୍ଥାରେ
ଉପନୀତ ହୁଏ ଅର୍ଥାତ୍‌ ପ୍ରଥମ ଋତୁଚକ୍ରରେ ପ୍ରବେଶ କରେ ସେତେବେଳେ ଏହି ବିବାହର ଆୟୋଜନ କରାଯାଏ। ଭାରତରେ ଆଜି ବି ମାସିକ ଧର୍ମକୁ ନେଇ ଖୋଲାଖୋଲି ଆଲୋଚନା କରାଯାଏ ନାହଁି। କିନ୍ତୁ ଭାରତର କିଛି ସ୍ଥାନରେ ଯେମିତିକି ଆସାମ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶରେ ଝିଅମାନେ କିଶୋରାବସ୍ଥାରେ ପହଞ୍ଚତ୍ବା ପରେ ଏଭଳି ଆୟୋଜନ କରି ସେମାନଙ୍କ ବିବାହ କରାଯାଏ। ଏହି ସମୟରେ ଝିଅଙ୍କୁ ସୂର୍ଯ୍ୟଙ୍କ କିରଣରୁ ଦୂରେଇ ରଖାଯାଏ। ଖାଦ୍ୟରେ କେବଳ ଫଳ, କଞ୍ଚା କ୍ଷୀର ଏବଂ ପିଠା ଦିଆଯାଏ। କାରଣ ଏ ସମୟରେ ରନ୍ଧାଖାଦ୍ୟ ସେବନ ଦ୍ୱାରା ଅନିଷ୍ଟ ହୋଇଥାଏ ବୋଲି ଅନ୍ଧବିଶ୍ୱାସ ରହିଛି। ବିବାହ ସମ୍ପନ୍ନ ହେବା ପର୍ଯ୍ୟନ୍ତ ଝିଅକୁ ଭୂଇଁରେ ଶୋଇବାକୁ ପଡ଼େ। ଏ ସମୟରେ କୌଣସି ପୁରୁଷଙ୍କ ଚେହେରା ସେମାନଙ୍କୁ ଦେଖିବାକୁ ବାରଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri