ଯେଉଁଠି ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନା ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମାଆଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୩୫୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ନବଜାତ ଶିଶୁଙ୍କଠାରୁ ଆରମ୍ଭ କରି ୬୫ ବର୍ଷୀୟ ବୃଦ୍ଧ ପର୍ଯ୍ୟନ୍ତ। ଏକ ଗବେଷଣାରୁ ଜଣାଯାଏ ଯେ ପ୍ରତି ୧ ହଜାର ଶିଶୁଙ୍କ ମଧ୍ୟରେ ୪ ଯାଆଁଳା ସନ୍ତାନ ଜନ୍ମ ନିଅନ୍ତି। ହେଲେ କେରଳର କୋଡିନ୍ନା ଗାଁ ଏହାର ଏକ ବ୍ୟତିକ୍ରମ। ଏଠାରେ ପ୍ରତି ୧ ହଜାରରେ ୪୫ ଯାଆଁଳା ସନ୍ତାନ ଜନ୍ମ ନେଉଛନ୍ତି। ତେବେ ଯାଆଁଳା ସନ୍ତାନ ଜନ୍ମ କରିବାରେ ଏହି ଗାଁ ବିଶ୍ୱରେ ଦ୍ୱିତୀୟ। ଏହା ଏକ ମୁସଲମାନ ବହୁଳ ଗାଁ ହୋଇଥିବା ବେଳେ ଏହାର ଜନସଂଖ୍ୟା ପାଖାପାଖି ୨ହଜାର। ତେଣୁ ସ୍କୁଲ, କଲେଜ, ବ୍ୟବସାୟ ସ୍ଥଳ ସବୁଠି ଦେଖିବାକୁ ମିଳେ ଏମିତି କେତେଜଣ ଯାଆଁଳା ବ୍ୟକ୍ତିଙ୍କୁ। ଏକ ରିପୋର୍ଟ ଅନୁଯାୟୀ, ୨୦୦୮ରେ ଏଠାରେ ଜନ୍ମ ନେଇଥିବା ୩ଶହ ପିଲାଙ୍କ ମଧ୍ୟରେ ୧୫ ଯୋଡା ଥିଲେ ଯାଆଁଳା। ଯାହା ଏକ ବର୍ଷରେ ଜନ୍ମ ନେଇଥିବା ଯାଆଁଳା ଶିଶୁଙ୍କ ମଧ୍ୟରେ ସର୍ବାଧିକ ବୋଲି କୁହାଯାଏ। ତେବେ ଗତ କିଛି ବର୍ଷ ହେବ ଏହି ଗାଁରେ ୨ ଯାଆଁଳା ସନ୍ତାନଙ୍କ ବଦଳରେ ଅନେକ ସ୍ଥଳେ ଏକକାଳୀନ ୩ ସନ୍ତାନ ଜନ୍ମ ନେଉଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri