Posted inଫୁରସତ

ଯେଉଁ ଗାଁରେ ମୃତକଙ୍କୁ ନିଜଘରେ ଦିଆଯାଏ କବର

ଉତ୍ତର ପ୍ରଦେଶ ଆଗ୍ରାର ଅଛନେରା ବ୍ଲକ ଛହ ପୋଖରା ଗାଁର ମୁସଲମାନ ପରିବାରର ସଦସ୍ୟମାନେ ସେମାନଙ୍କ ପରିଜନଙ୍କ ମୃତ ଶରୀରକୁ ନିଜ ଘରେ ହିଁ କବର ଦେଉଥିବା ପ୍ରକାଶ କରିଛନ୍ତି। ଗାଁରେ ଏମାନଙ୍କ ପାଇଁ କୌଣସି କବରସ୍ଥାନ ନ ଥିବାରୁ ଏମାନେ ମୃତ ଶରୀରକୁ ଘର ମଧ୍ୟରେ କବର ଦେଉଥିବା କୁହନ୍ତି। ଗାଁର ଶେଷ ମୁଣ୍ଡରେ ହିନ୍ଦୁମାନଙ୍କ ପାଇଁ ଶ୍ମଶାନ ଥିବା ବେଳେ ମୁଲମାନଙ୍କ ପାଇଁ କୌଣସି କବରସ୍ଥାନ ନାହିଁ। ଏନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏଯାଏଁ କୌଣସି ସୁଫଳ ମିଳି ନ ଥିବା କୁହନ୍ତି ସ୍ଥାନୀୟ ଲୋକେ। ତେବେ ସ୍ଥାନାଭାବ ଯୋଗୁ ଘର ଭିତରେ ବି ଏବେ କବର ଦେବା କଷ୍ଟକର ବ୍ୟାପାର ହୋଇ ପଡିଲାଣି। ରିଙ୍କି ବେଗମ ନାମ ଜଣେ ମହିଳା କୁହନ୍ତି ସ୍ଥାନାଭାବ ଯୋଗୁ ତାଙ୍କବ ବାଡିପଟେ ୫ ଜଣଙ୍କୁ କବର ଦିଆ ସରିଲାଣି। ଏମିତିକି ଏମାନେ ନିତିଦିନ କବର ଉପରେ ଚଢି କାରବାର ହେଉଛନ୍ତି। ଯାହାକି ପୂର୍ବ ପୂରୁଷଙ୍କୁ ଅବମାନନା ବୋଲି ସେମାନେ କୁହନ୍ତି। ପ୍ରଶାସନ ଏମାନଙ୍କୁ ଯେଉଁ ଜାଗା ଖଣ୍ଡିକ ଦେଇଛି ତାହା ଏକ ପୋଖରି ମଝିରେ ହୋଇଥିବାରୁ ସେଠାରେ ବି କବର ଦେବା ଅସମ୍ଭବ। ଏନେଇ ଉକ୍ତ ମୁସଲମାନ ପରିବାର ଗୁଡିକ ଚିନ୍ତିତ ହୋଇପଡିଛନ୍ତି। ଏଠାରେ ଥିବା ଅଧିକାଂଶ ମୁସଲମାନ ପରିବାର ଗରିବ ଓ ଭୂମିହିନ ହୋଇଥିବାରୁ ଏମାନଙ୍କଉ ଏପରି ଅସୁବିଧାର ସାମ୍ନା କରିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?