ଯୋଗାଣ ବିଭାଗର ଚଢ଼ାଉ, ୧୪ ସିଲିଣ୍ଡର ଜବତ

ଭଞ୍ଜନଗର,୯।୨(ଡି.ଏନ.ଏ)- ଭଞ୍ଜନଗର ଉପଖଣ୍ଡ ଯୋଗାଣ ବିଭାଗ ପକ୍ଷରୁ ରବିବାର ସକାଳେ ସହରର ବିଭିନ୍ନ ହୋଟେଲରେ ଚଢ଼ାଉ କରାଯାଇ ବେନିୟମ ଭାବେ ବ୍ୟବହାର ହେଉଥିବା ୧୪ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ କରାଯାଇଛି। ବସ୍‌ଷ୍ଟାଣ୍ଡ ଓ ଏହା ନିକଟରେ ଥିବା ୪ ହୋଟେଲରେ ଚଢ଼ାଉ କରାଯାଇ ଉକ୍ତ ସିଲିଣ୍ଡର ଜବତ କରାଯାଇଛି। ଚଢ଼ାଉର ନେତୃତ୍ୱ ଉପଖଣ୍ଡ ଯୋଗାଣ ବିଭାଗ ଅଧିକାରୀ ଲିଙ୍ଗରାଜ ବେହେରା ନେଇଥିଲେ। ତାଙ୍କୁ ଭଞ୍ଜନଗର ଏମ୍‌ଆଇ ସନ୍ତୋଷ କୁମାର ଦାସ, ଆସିକା ଏମ୍‌ଆଇ ଜୟରାମ ଲେଙ୍କା, ଏମ୍‌ଆଇ ସୋରଡ଼ା ରସାନନ୍ଦ ସାହୁ, ସୁରେନ୍ଦ୍ର ସେଠୀ ପ୍ରମୁଖ ସହଯୋଗ କରିଥିଲେ। ପ୍ରକାଶ ଯେ, ସହରରେ ବେନିୟମ ଭାବେ ସବ୍‌ସିଡ଼ି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ବିଭିନ୍ନ ହୋଟେଲରେ ବ୍ୟବହାର ହେଉଛି। ଏନେଇ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ନିକଟରେ ଅଭିଯୋଗ ହୋଇଥିଲା। ତାଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ ହୋଇଥିଲା। ଆଗକୁ ଏହାକୁ ଜୋରଦାର କରାଯିବ ବୋଲି ଯୋଗାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri