Posted inଜାତୀୟ

ଯୋଗୀଙ୍କ ନାଁରେ ଅଭିଯୋଗ ଆଣିଲା ଏଏପି

ନୂଆଦିଲ୍ଲୀ,୨।୨: ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରି ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି ଆମ ଆଦମୀ ପାର୍ଟି(ଏଏପି)। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରିଛି ଏଏପି। ଏଏପି କହିଛି ଦିଲ୍ଲୀ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଯୋଗୀଙ୍କୁ ବାସନ୍ଦ କରାଯାଉ ଓ ତାଙ୍କ ନାଁରେ ଏଫ୍‌ଆଇଆର୍‌ ଦିଆଯାଉ। ଅନ୍ୟପକ୍ଷେ ଏଏପି ନେତା ସଞ୍ଜୟ ସିଂ କହିଛନ୍ତି, ଯୋଗୀ ଆଦିତ୍ୟନାଥ କହିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କର ପାକିସ୍ତାନ ସହ ସମ୍ପର୍କ ରହିଛି। ଯୋଗୀ ଏହା ପ୍ରମାଣ କରି ଦେଖାନ୍ତୁ। ତେବେ ଯୋଗୀଙ୍କର ଏହି କଥାକୁ ନେଇ ତାଙ୍କୁ ଗିରଫ କରାଯାଉ ଓ ଜେଲ ପଠାଯାଉ ବୋଲି ସଞ୍ଜୟ ଦାବି କରିଛନ୍ତି। ନିର୍ବାଚନ କମିଶନ ଏହାପରେ କହିଁକି ଚୁପ୍‌ ବସିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଦିଲ୍ଲୀରେ ଯୋଗୀଙ୍କ ନିର୍ବାଚନ ପ୍ରଚାରକୁ ବ୍ୟାନ କରାଯାଉ ବୋଲି ମଧ୍ୟ ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri