ଯୋଡ଼ାରେ କୋଭିଡ୍‌-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ

ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ, ଯୋଡ଼ା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟ୍ଟଯୋଶୀ, ଟାଟାଷ୍ଟିଲ କମ୍ପାନୀର ଜେନେରାଲ ମ୍ୟାନେଜର ଅତୁଲ ଭଟ୍ଟନାଗର ଓ ଯୋଡା ଟାଟାଷ୍ଟିଲ ମୁଖ୍ୟ ରାଜେଶ କୁମାର ଉପସି୍ଥତ ଥିଲେ ା ଏହି ପରୀପ୍ରେକ୍ଷୀରେ ଯୋଡାର ଟାଟାଷ୍ଟିଲ ଡାକ୍ତରଖାନାରେ ଏକ ୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ – ୧୯ ଡାକ୍ତରଖାନା ଲୋକାର୍ପଣ ହୋଇଥିବା ଜିଲାପାଳ ଠାକ୍‌ରେ ସୂଚନା ଦେଇଥିଲେ। ଏତଦ୍‌ବ୍ୟତୀତ ଅତୁଲ ଭଟ୍ଟନାଗରଙ୍କ ସୂଚନାନୁଯାୟୀ ସମୁଦାୟ ୧୮ ଜଣ ଡାକ୍ତର ସେଠାରେ ରୋଗୀମାନଙ୍କୁ ଚିକିତ୍ସା କରିବା ସହିତ ଡାକ୍ତରଖାନାରେ ଆଇସିୟୁ ଓ ୩ଟି ଭେଣ୍ଟିଲେଟରର ସୁବିଧା ରହିଛି। ଏଠାରେ ସମ୍ପୂର୍ଣ୍ଣ ନିଶୁଳ୍କ ସେବା ପ୍ରଦାନ କରାଯିବ ବୋଲି ଜିଲାପାଳ କହିଛନ୍ତି। ଡାକ୍ତରମାନଙ୍କ ସୁରକ୍ଷା ପାଇଁ ପିପିଇ ପୋଷାକ ଓ ମାସ୍କ ଯୋଗାଇ ଦିଆଯାଇଛି ା ଜିଲାପାଳ ଠାକରେଙ୍କ ସୂଚନାନୁଯାୟୀ, ବର୍ତ୍ତମାନ ସୁଦ୍ଧା କେନ୍ଦୁଝର ଜିଲାରେ ୩୭ ଜଣ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି। ଏତଦ୍‌ବ୍ୟତୀତ ବିଭିନ୍ନ ରାଜ୍ୟରୁ ଆସୁଥିବା ୪୨୭୫ ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଜିଲାରୁ ଏପର୍ଯ୍ୟନ୍ତ ୨୦୦ କୋଭିଡ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏତଦବ୍ୟତୀତ ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କାର୍ଯ୍ୟ ଜାରି ରହିବ ବୋଲି ଜିଲାପାଳ କହିବାସହିତ ସାମାଜିକ ଦୂରତା ପାଳନ ଏବଂ ମାସ୍କ ପିନ୍ଧିବା ପାଇଁ ଗଣମାଧ୍ୟମକୁ କହିଥିଲେ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଆନ୍ତଃରାଜ୍ୟ ସୀମାଞ୍ଚଳ ଗୁଡିକ ସିଲ୍‌ ରହିବ ବୋଲି ସେ ସୂଚନା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri