ଯୋଡ଼ାରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆରସି

ଭୁବନେଶ୍ୱର,୨୪।୮(ବ୍ୟୁରୋ): କେନ୍ଦୁଝର ଜିଲା ଯୋଡ଼ା ସହରରେ ଜୁନ୍‌ ୨୪ ରାତିରେ ଜଣେ ନାବାଳିକାଙ୍କୁ ଗଣବଳତ୍କାର କରାଯାଇଥିଲା। ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପୋଲିସ ମାମଲାକୁ ଗୁରୁତର ସହ ନେଇ ତଦନ୍ତ କରିଥିଲା। ଏହା ସହ ନାବାଳିକାଙ୍କ ପୁରୁଷ ବନ୍ଧୁ ସମେତ ଅନ୍ୟ ୫ ଜଣଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଫାଇଲ୍‌ ନଂ. ୨୫୬୧/୧୯ରେ ଏକ ମାମଲା ପଞ୍ଜୀକୃତ କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର ଏନ୍‌ଏଚ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କେନ୍ଦୁଝର ଜିଲାପାଳ ଓ ଏସ୍‌ପିଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ଘଟଣାରେ କେଉଁଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ପୀଡିତାଙ୍କୁ କ୍ଷତିପୂରଣ ଦିଆଯାଇଛି କି ନାହିଁ ସେନେଇ ୩୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ତାଙ୍କ ପିଟିଶନ୍‌ରେ ଅଭିଯୋଗ କରିଥିଲେ କି, ପୀଡିତାଙ୍କୁ ୪ ସପ୍ତାହ ମଧ୍ୟରେ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୁଢ କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନଙ୍କୁ ନିବେଦନ କରିଥିଲେ।
ସୂଚନାଯୋଗ୍ୟ, ନାବାଳିକା ସ୍ଥାନୀୟ ଲକ୍ଷ୍ମୀପଡିଆରେ ରାସ୍ତାକଡରେ ଛିଡା ହୋଇ ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ କଥା ହେଉଥିଲେ। ୬ ଜଣ ଯୁବକ ସେମାନଙ୍କୁ ପ୍ରେମୀ ଯୁଗଳ ବୋଲି ସନ୍ଦେହ କରି ପୁରୁଷ ବନ୍ଧୁଙ୍କୁ ଏକ ଗଛରେ ବାନ୍ଧି ପଚରାଉଚରା କରିବା ସହ ମାଡ ମାରିଥିଲେ। ପରେ ପରିବାର ଲୋକଙ୍କୁ ଡାକି ଆଣିବାକୁ କହି ବିଦା କରିଦେଇଥିଲେ। ପୁରୁଷ ବନ୍ଧୁ ଜଣକ ନାବାଳିକା ମାମୁଙ୍କୁ ଡାକିବାକୁ ଯାଇ ଫେରି ନ ଥିଲେ। ଶେଷରେ ଅଭିଯୁକ୍ତମାନେ ନାବାଳିକାଙ୍କୁ ଲକ୍ଷ୍ମୀପଡିଆ ନିକଟସ୍ଥ ଏକ ନିଛାଟିଆ ସ୍ଥାନକୁ ଟେକି ନେଇ ଗଣବଳାତ୍କାର କରିଥିଲେ। ନାବାଳିକା ଚେତା ହରାଇବା ପରେ ଅଭିଯୁକ୍ତମାନେ ତାଙ୍କୁ ସେଠାରେ ଛାଡି ଫେରାର ହୋଇ ଯାଇଥିଲେ। ନାବାଳିକାଙ୍କ ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କୁ ପାଇ ନ ଥିଲେ। ବିଳମ୍ବିତ ରାତିରେ ଲୋକେ ପଡିଆର ଏକ ନିଛାଟିଆ ସ୍ଥାନରେ ନାବାଳିକାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ତଦନ୍ତ ପରେ ଜଣାପଡିଥିଲା ଯେ, ଏହି ଗଣବଳାକତ୍ାର ପଛରେ ନାବାଳିକାଙ୍କ ପୁରୁଷ ବନ୍ଧୁ ହିଁ ମାଷ୍ଟରମାଇଣ୍ଡ। ନାବାଳିକାଙ୍କ ପୁରୁଷ ବନ୍ଧୁ ପୋଲିସ ଆଗରେ ଯେଉଁ ମିଛ ବୟାନ ଦେଇଥିଲେ ତାହା ପ୍ରଘଟ ହୋଇଛି। ପୁରୁଷ ବନ୍ଧୁଙ୍କ ସମେତ ୬ଜଣଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri