ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’

କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା ଚଳାଇଛନ୍ତି। ଆୟୋଗର ସଦସ୍ୟା ଡଃ ଗୀତାଞ୍ଜଳି ବସ୍ତିଆ ଓ ଦିବା ଶାସ୍ବତୀ ଶୁକ୍ରବାର ଯୋଡ଼ା ଗସ୍ତ କରି ଟାଟା ଷ୍ଟିଲ୍‌ ହସ୍‌ପିଟାଲରେ ଚିକିତ୍ସାଧୀନ ପୀଡ଼ିତାଙ୍କୁ ଭେଟିଥିଲେ । ସେମାନେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସେମାନେ ଏସପି, ବଡ଼ବିଲ ଏସ୍‌ଡିପିଓ ଦିଲୀପ କୁମାର ବାଗ୍‌ ଏବଂ ଅନ୍ୟ ପୋଲିସ୍‌ ଅଧିକାରୀଙ୍କ ସହ ଆଲୋଚନା କରି ଗୁରୁତ୍ୱାରୋପ କରିଥିଲେ।
ଏହି ଅବସରରେ ଆୟୋଗର ସଦସ୍ୟା ପୀଡ଼ିତାଙ୍କ ପରିବାରର ସଦସ୍ୟ ଏବଂ ସମ୍ପର୍କୀୟଙ୍କୁ ଭେଟି ପୀଡ଼ିତାଙ୍କ ଚିକିତ୍ସା, ଶିକ୍ଷା ଓ ଥଇଥାନ ନିମନ୍ତେ ଆୟୋଗ ତରଫରୁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଶୁକ୍ରବାର ଜିଲା ସଦର ମହକୁମାଠାରେ ଜିଲାପାଳ ଆଶିଷ ଠାକରେଙ୍କ ସହିତ ସେମାନେ ଆଲୋଚନା କରିଥିଲେ। ଜିଲାପାଳ ଠାକରେ ପୀଡ଼ିତାଙ୍କୁ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଥିଲେ। ଏହି ଗସ୍ତ ଅବସରରେ ଆୟୋଗର ସଦସ୍ୟାମାନେ ଡିଆଇଜି ତଥା ଏସପି ଜେ.ଏନ୍‌ ପଙ୍କଜଙ୍କ ସହିତ ସାକ୍ଷାତ କରି ପୀଡ଼ିତାଙ୍କୁ କିପରି ଉପଯୁକ୍ତ ନ୍ୟାୟ ମିଳିବ ଏବଂ ଆଇନ୍‌ ସହାୟତା କାର୍ଯ୍ୟକ୍ରମରେ ସେ କିପରି ସହାୟତା ରାଶି ପାଇପାରିବେ ସେ ସମ୍ପର୍କରେ ଗୁରୁତ୍ୱ ଦେଇଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ଦେବାଙ୍ଗନା ବାରିକ ଆୟୋଗ ସଦସ୍ୟାଙ୍କ ସହିତ ପୀଡ଼ିତାଙ୍କ ଥଇଥାନ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଶିଶୁ ମଙ୍ଗଳ ସମିତି କାର୍ଯ୍ୟାଳୟରେ ସମିତିର କର୍ମକର୍ତ୍ତାଙ୍କ ସହ ଆଲୋଚନା କଲାବେଳେ ଏପରି ସ୍ପର୍ଶକାତର ଘଟଣାରେ ସମିତି ଆଶାନୁରୂପ ତତ୍ପରତା ପ୍ରକାଶ କରି ନ ଥିବାରୁ ସେମାନେ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri