Posted inପୁରୀ

ଯୌତୁକଜନିତ ବଧୂ ହତ୍ୟା ନେଇ ଶାଶୁ, ଶ୍ୱଶୂର, ସ୍ବାମୀଙ୍କ ନାମରେ ଅଭିଯୋଗ

କୃଷ୍ଣପ୍ରସାଦ,୨ା୭.(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳ ଗାଁରେ ଜଣେ ନବ ବିବାହିତା ବଧୂଙ୍କୁ ଅଧିକ ଯୌତୁକ ଦାବି କରି ସୋମବାର ହତ୍ୟା କରାଯାଇଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ, ମୃତା ବଧୂ ଜଣକ ହେଉଛନ୍ତି ମୋରଡ଼ା ଅଞ୍ଚଳ ନୂଆଗାଁ ବଟକୃଷ୍ଣ ପଲେଇଙ୍କ ସାନ ଝିଅ ମାମାଲି ପଲେଇ(୨୦) । ଶିଆଳଗାଁ ଭ୍ରମର ବିଶ୍ୱାଳଙ୍କ ପୁଅ ମିଟୁ(୨୫)ଙ୍କ ସହ ଚଳିତ ମେ ୧୭ ତାରିଖରେ ମାମାଲିଙ୍କ ବିବାହ ହୋଇଥିଲା। ବାହାଘରବେଳେ ଯୌତୁକ ଖର୍ଚ୍ଚ ବାବଦକୁ ୫୦ ହଜାର ଟଙ୍କା ସହ ସୁନା, ରୁପା ଅଳଙ୍କାର ଓ ବାସନ କୁସନ ଦିଆଯାଇଥିଲା ା ତେବେ ବିବାହର କିଛି ଦିନ ପରେ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ମାମାଲି ବାପଘର ଲୋକେ ଅଭିଯୋଗ କରିଛନ୍ତି। ସୋମବାର ସକାଳ ୫ଟାରେ ନବ ବଧୂଙ୍କ ଶ୍ୱଶୁର ମାମାଲିଙ୍କ ବାପଘର ପରିବାରକୁ ଖବର ଦେଇଥିଲେ ଯେ, ତୁମ ଝିଅଙ୍କ ଦେହ ଖରାପ ଅଛି ଶୀଘ୍ର ଆସ ଦେଖିବ । ତେବେ ବାପଘର ଲୋକେ ପହଞ୍ଚତ୍ବା ପରେ ମାମାଲିଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ପାଇଥିଲେ ା ତାଙ୍କ ମୁଣ୍ଡରେ ମାଡ଼ ମରାଯାଇଥିବା କ୍ଷତ ଚିହ୍ନ ଦେଖିବାକୁ ମିଳିଥିଲା। ଏ ଘଟଣା ନେଇ ଶ୍ୱଶୁର, ସ୍ବାମୀ ଓ ଶାଶୁ ଝଳିଙ୍କ ନାମରେ ମୃତକାଙ୍କ ଭାଇ ପ୍ରକାଶ କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି। ଘଟଣା ଲେଖା ହେବା ପର୍ଯ୍ୟନ୍ତ ମୃତଦେହକୁ ଅଟକ ରଖିପୋଲିସ ତଦନ୍ତ ଆରମ୍ଭ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri