ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ହିଞ୍ଜିଳିକାଟୁ,୨୫।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ଲିଲି ଦାସ (୨୬) । ଏ ନେଇ  କେସ ନଂ. ୨୭/୨୦ରେ ଏକ ମାମଲା ରୁଜୁ କରି ପୋଲିସ ମୃତଦେହ ଜବତ କରିବା ସହ ଶନିବାର ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ମୃତ ଲିଲିଙ୍କ ସ୍ବାମୀଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।
ସୂଚନାଯୋଗ୍ୟ, ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମର କୁମର ଦାସ (୩୦)ଙ୍କ ସହ ସ୍ଥାନୀୟ ଥାନା ଚାନ୍ଦୁଲି ଗ୍ରାମର ଲିଲିଙ୍କର ଗତ ଏପ୍ରିଲ ୨୦୧୭ରେ ବିବାହ ହୋଇଥିଲା। ଏହି ସମୟରେ ଶାଶୁଘର ଦାବି ମୁତାବକ ୨୨ ହଜାର ଟଙ୍କା, ଏକ ଭରି ଓଜନର ସୁନା ଚେନ୍‌ ସହ ଅନ୍ୟାନ୍ୟ ଆସବାବପତ୍ର ବାପଘର ପକ୍ଷରୁ ପ୍ରଦାନ କରାଯାଇଥିଲା। ମାତ୍ର ବାହାଘରର ଗୋଟିଏ ବର୍ଷ ପରେ ଅଧିକ ଯୌତୁକ ଦାବି କରି ଶାଶୁଘର ପକ୍ଷରୁ ଲିଲିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଲିଲିଙ୍କ ମା’ ବନିତା ଅଭିଯୋଗରେ ଦର୍ଶାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଲିଲିଙ୍କ ମୃତ୍ୟୁ ହୋଇଥିବା ଶାଶୁଘର ଲୋକେ ତାଙ୍କ ବାପାଙ୍କୁ ଫୋନ୍‌ କରି କହିଥିଲେ। ଖବର ପାଇ ପରିବାର ଲୋକେ କୋଳିଦାସପୁର ଗ୍ରାମରେ ପହଞ୍ଚି ଝିଅର ମୃତଦେହ ଦେଖିବାକୁ ପାଇଥିଲେ। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ତାଙ୍କ ମା’ ବନିତା ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri