ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ହିଞ୍ଜିଳିକାଟୁ,୨୫।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ଲିଲି ଦାସ (୨୬) । ଏ ନେଇ  କେସ ନଂ. ୨୭/୨୦ରେ ଏକ ମାମଲା ରୁଜୁ କରି ପୋଲିସ ମୃତଦେହ ଜବତ କରିବା ସହ ଶନିବାର ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ମୃତ ଲିଲିଙ୍କ ସ୍ବାମୀଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।
ସୂଚନାଯୋଗ୍ୟ, ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମର କୁମର ଦାସ (୩୦)ଙ୍କ ସହ ସ୍ଥାନୀୟ ଥାନା ଚାନ୍ଦୁଲି ଗ୍ରାମର ଲିଲିଙ୍କର ଗତ ଏପ୍ରିଲ ୨୦୧୭ରେ ବିବାହ ହୋଇଥିଲା। ଏହି ସମୟରେ ଶାଶୁଘର ଦାବି ମୁତାବକ ୨୨ ହଜାର ଟଙ୍କା, ଏକ ଭରି ଓଜନର ସୁନା ଚେନ୍‌ ସହ ଅନ୍ୟାନ୍ୟ ଆସବାବପତ୍ର ବାପଘର ପକ୍ଷରୁ ପ୍ରଦାନ କରାଯାଇଥିଲା। ମାତ୍ର ବାହାଘରର ଗୋଟିଏ ବର୍ଷ ପରେ ଅଧିକ ଯୌତୁକ ଦାବି କରି ଶାଶୁଘର ପକ୍ଷରୁ ଲିଲିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଲିଲିଙ୍କ ମା’ ବନିତା ଅଭିଯୋଗରେ ଦର୍ଶାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଲିଲିଙ୍କ ମୃତ୍ୟୁ ହୋଇଥିବା ଶାଶୁଘର ଲୋକେ ତାଙ୍କ ବାପାଙ୍କୁ ଫୋନ୍‌ କରି କହିଥିଲେ। ଖବର ପାଇ ପରିବାର ଲୋକେ କୋଳିଦାସପୁର ଗ୍ରାମରେ ପହଞ୍ଚି ଝିଅର ମୃତଦେହ ଦେଖିବାକୁ ପାଇଥିଲେ। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ତାଙ୍କ ମା’ ବନିତା ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri