ଯୌତୁକ ପାଇଁ ବଧୁ ହତ୍ୟା ଅଭିଯୋଗ: ଶ୍ୱଶୁର ଗିରଫ, ସ୍ବାମୀ ଫେରାର; ଶେରଗଡ଼ ପୋଲିସର ତଦନ୍ତ ଆରମ୍ଭ

ଶେରଗଡ଼, ୮।୬(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆସାହି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଟଙ୍କା ଲାଗି ଜଣେ ବୋହୁଙ୍କୁ ଶ୍ୱଶୁର ଓ ସ୍ବାମୀ ମିଶି ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ପିଙ୍କି ସ୍ବାଇଁ। ତେବେ ଅଭିଯୁକ୍ତ ଶ୍ୱଶୁର ଗୌଡ଼ ସ୍ବାଇଁଙ୍କୁ ଗିରଫ କରାଯାଇଥିବା ବେଳେ ସ୍ବାମୀ ଫିରୋଜ ସ୍ବାଇଁ ଫେରାର ଅଛନ୍ତି।

ସୂଚନାନୁଯାୟୀ, ପିଙ୍କିଙ୍କୁ ଘରେ କେହି ହତ୍ୟା କରିଥିବା ଖବର ପ୍ରଚାରିତ ହୋଇଥିଲା। ଶେରଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବନ୍ଦ କୋଠରୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରିଥିଲା। ସେହିଭଳି ଖବର ପାଇ ପିଙ୍କିଙ୍କ ବାପା ନରସିଂହ ସ୍ବାଇଁ ଓ ମା’ କୁନୁ ସ୍ବାଇଁ ପହଞ୍ଚିଥିଲେ। ଝିଅଙ୍କ ମୃତଦେହ ଦେଖି ଭାବବିହ୍ବଳ ହେବା ସହ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ନିକଟରେ ମା’ କୁନୁ ଅଭିଯୋଗ କରିଥିଲେ। ଫିରୋଜ ଓ ଗୌଡ଼ ମିଶି ତାଙ୍କୁ ଏକ ଓଜନିଆ ବସ୍ତୁରେ ଛେଚି ହତ୍ୟା କରିଥିବା ସେ ଦର୍ଶାଇଥିଲେ। ଏହାର ନିରପେକ୍ଷ ତଦନ୍ତ ସହ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରାଯାଉ ବୋଲି ପୋଲିସ ନିକଟରେ ଏକ ଏତଲା ଦେଇଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ବଧୁହତ୍ୟା ମାମଲା(ନଂ-୪୯/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ପଠାଇବା ସହ ଗୌଡ଼ଙ୍କୁ ଗିରଫ କରିଛି।

ଶେରଗଡ଼ ଥାନା ଏସ୍‌ଆଇ ରଘୁନାଥ ମାଝୀ ଘଟଣାର ତଦନ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କିପରି ତାଙ୍କ ମୁଣ୍ଡରେ ଆଘାତ ଲାଗିଛି ତାହା ସ୍ପଷ୍ଟ ହେବ। ଏଥିସହ ଫିରୋଜଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଆଇ କହିଛନ୍ତି।

ପ୍ରକାଶଯୋଗ୍ୟ, ନରସିଂହଙ୍କ ଝିଅ ପିଙ୍କି ଫିରୋଜଙ୍କୁ ଗତ ଦୁଇ ବର୍ଷ ତଳେ ବିବାହ କରିଥିଲେ। ବିବାହକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ଉଭୟଙ୍କ ସନ୍ତାନ ହୋଇ ନ ଥିଲା। ଏପରିକି ବିବାହ ପରଠାରୁ ଯୌତୁକରେ ଅଧିକ ଟଙ୍କା ଆଣିବାକୁ ଫିରୋଜ ଓ ନରସିଂହ ପିଙ୍କିଙ୍କ ଉପରେ ଚାପ ପକାଉଥିଲେ। ପୁନର୍ବାର ଉକ୍ତ କଥାକୁ ନେଇ ପିଙ୍କିଙ୍କୁ କହିବା ଓ ସେ ଏପରି କରିବାକୁ ମନା କରିବାରୁ ତାଙ୍କୁ ହତ୍ୟା କରାଯାଇଥାଇପାରେ ବୋଲି ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri